ଆସୁଛି ବଡ଼ ବର୍ଷା! ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୭।୧୨: ପୁଣି ସୃଷ୍ଟି ହୋଇପାରେ ଲଘୁଚାପ। ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି)। କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପସାଗରରେ ଡିସେମ୍ବର ୭ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଆରବ ସାଗର ଓ ବଙ୍ଗୋପସାଗର ଉପରେ ଥିବା ସାଇକ୍ଲୋନିକ ସର୍କୁଲେସନ ଯୋଗୁ ଏଭଳି ଆଶଙ୍କା କରାଯାଉଛି। ଆଶଙ୍କା କରାଯାଉଛି ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଡିସେମ୍ବର ୧୨ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳକୁ ପହଞ୍ଚିବ। ଏହି ଲଘୁଚାପ କାରଣରୁ ଡିସେମ୍ବର ୧୧ ତାରିଖରୁ ତାମିଲନାଡୁର କିଛି ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯିବ ବୋଲି ଆଇଏମଡି ଆକଳନ କରିଛନ୍ତି। ଶୁକ୍ରବାର ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି।

ଏହି ଲଘୁଚାପ ପ୍ରଭାବରେ ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୭ରୁ ୯ ତାରିଖ ମେଘୁଆ ପାଗ ରହିବ। ୯ରେ ଉତ୍ତର ଉପକୂଳରେ ପାଗ ମେଘୁଆ ରହିବ। ୭ରୁ ଦକ୍ଷିଣ ପୂର୍ବ ଆଭ୍ୟନ୍ତରରେ, ୮ରୁ ୯ ଯାଏ ଦକ୍ଷିଣ ପଶ୍ଚିମ ଆଭ୍ୟନ୍ତରରେ ଓ ୯ରୁ ୧୦ ଯାଏ ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରରେ ପାଗ ଆଂଶିକ ମେଘୁଆ ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

୭ ତାରିଖରେ ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ ଓ ଯାଜପୁରରେ ବର୍ଷା ହୋଇପାରେ । ୮ ତାରିଖରେ ଆଭ୍ୟନ୍ତରୀଣ ଓ ଓ ଉତ୍ତର ଓ ବର୍ଷା ହେବ । କିଛି ସ୍ଥାନରେ କୁଆପଥର ବର୍ଷା ହୋଇପାରେ ବୋଲି ଡ. ସାହୁ କହିଛନ୍ତି । ସେହିଭଳି ୯ ତାରିଖରୁ ଥଣ୍ଡା ବଢିବ। ୧୦ ଓ ୧୧ ତାରିଖରେ ଅଧିକ ଶୀତ ଅନୁଭୂତ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୮ ତାରିଖରେ ଗଞ୍ଜାମ,ଗଜପତି, ରାୟଗ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ, ନୂଆପ ଓ ବଲାଙ୍ଗୀରରେ ସ୍ବଳ୍ପ ବର୍ଷା ସମ୍ଭାବନା ଅଛି । ୯ ତାରିଖରେ ଗଞ୍ଜାମ, ଗଜପତି, କଟକ, ନୟାଗ ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକ୍ସନ ମୋଡରେ ଭାଜପା ଅଧ୍ୟକ୍ଷ! ୮ ଘଣ୍ଟାର ବୈଠକରେ ୫ ରାଜ୍ୟର ନିର୍ବାଚନକୁ ନେଇ ମନ୍ଥନ

ନୂଆଦିଲ୍ଲୀ,୨୨।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ, ନୀତିନ ନବୀନ ଆଗାମୀ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ଚାଲିଥିବା...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri