ସମ୍ଭାବ୍ୟ ବାତ୍ୟାକୁ ନେଇ ଏମିତି କହିଲେ ଆଇଏମ୍‌ଡି

ଭୁବନେଶ୍ୱର,୨୨ା୧୦: ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ନିମନ୍ତେ କୃଷି ବିଭାଗର ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ୍‌ ସକ୍ସେନା, ଭାରତୀୟ ପାଣିପାଗ ନିର୍ଦ୍ଦେଶିକା ଶ୍ରୀମତୀ ମନୋରମା ମହାନ୍ତି, ଓୟୁଏଟି ଡିନ ଡଃ. ପ୍ରସନଜିତ୍‌ ମିଶ୍ର ମଧ୍ୟ ଯୋଗଦେଇଥିଲେ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍‌ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ପାଢ଼ୀ ଅନୁରୋଧ କରିଛନ୍ତି।

ଚଳିତ ଖରିଫ ଋତୁରେ (ଜୁନ୍‌ ୧ରୁ ସେପ୍ଟେମ୍ବର ୩୦ ମଧ୍ୟରେ) ରାଜ୍ୟରେ ୧୦୦ ପ୍ରତିଶତ ବର୍ଷା ସାଧାରଣ ଭାବେ ହୋଇଛି ଏବଂ ଏହି କାରଣରୁ ଭଲ ଫସଲ ଅମଳ ଆଶା କରାଯାଉଛି। ଚାଷୀମାନେ କୌଣସି ପ୍ରକାର ବିଭ୍ରାନ୍ତିକର ତଥ୍ୟ ଶୁଣି ଭୟଭୀତ ନ ହେବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଚାଷୀମାନେ ୧୫୫୩୩୩ ନମ୍ବରରେ ଯୋଗାଯୋଗ କରିପାରିବେ କିମ୍ବା ନିକଟସ୍ଥ ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର/ କୃଷି ଅଧିକାରୀଙ୍କୁ ଯୋଗାଯୋଗ କରିପାରିବେ। ବୈଠକରେ ବହୁ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି

ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ  ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri