ସମ୍ଭାବ୍ୟ ବାତ୍ୟାକୁ ନେଇ ଏମିତି କହିଲେ ଆଇଏମ୍‌ଡି

ଭୁବନେଶ୍ୱର,୨୨ା୧୦: ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ନିମନ୍ତେ କୃଷି ବିଭାଗର ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ୍‌ ସକ୍ସେନା, ଭାରତୀୟ ପାଣିପାଗ ନିର୍ଦ୍ଦେଶିକା ଶ୍ରୀମତୀ ମନୋରମା ମହାନ୍ତି, ଓୟୁଏଟି ଡିନ ଡଃ. ପ୍ରସନଜିତ୍‌ ମିଶ୍ର ମଧ୍ୟ ଯୋଗଦେଇଥିଲେ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଏଯାବତ୍‌ ରାଜ୍ୟରେ ସମ୍ଭାବ୍ୟ ବାତ୍ୟାର କୌଣସି ସୂଚନା ନାହିଁ। କିନ୍ତୁ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ କାରଣରୁ ସାମୟିକ ଭାବେ ରାଜ୍ୟର କିଛି ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ଶେଷ କରି ଉପକୂଳ ଓଡ଼ିଶାରେ କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ତଦନୁଯାୟୀ ଚାଷୀମାନଙ୍କୁ ପାଣିପାଗ ବିଭାଗର ପରାମର୍ଶକୁ ଅନୁପାଳନ କରିବା ପାଇଁ କୃଷି ସଚିବ ଡ. ପାଢ଼ୀ ଅନୁରୋଧ କରିଛନ୍ତି।

ଚଳିତ ଖରିଫ ଋତୁରେ (ଜୁନ୍‌ ୧ରୁ ସେପ୍ଟେମ୍ବର ୩୦ ମଧ୍ୟରେ) ରାଜ୍ୟରେ ୧୦୦ ପ୍ରତିଶତ ବର୍ଷା ସାଧାରଣ ଭାବେ ହୋଇଛି ଏବଂ ଏହି କାରଣରୁ ଭଲ ଫସଲ ଅମଳ ଆଶା କରାଯାଉଛି। ଚାଷୀମାନେ କୌଣସି ପ୍ରକାର ବିଭ୍ରାନ୍ତିକର ତଥ୍ୟ ଶୁଣି ଭୟଭୀତ ନ ହେବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଆବଶ୍ୟକସ୍ଥଳେ ଚାଷୀମାନେ ୧୫୫୩୩୩ ନମ୍ବରରେ ଯୋଗାଯୋଗ କରିପାରିବେ କିମ୍ବା ନିକଟସ୍ଥ ଆଞ୍ଚଳିକ କୃଷି ଗବେଷଣା କେନ୍ଦ୍ର/ କୃଷି ଅଧିକାରୀଙ୍କୁ ଯୋଗାଯୋଗ କରିପାରିବେ। ବୈଠକରେ ବହୁ ବିଭାଗୀୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?