Posted inଜାତୀୟ

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ ଛୁଇଁ ସାରିଲାଣି। ଏହି ରାଜ୍ୟଗୁଡ଼ିକ ମଧ୍ୟରେ କେରଳ, କର୍ନାଟକ, ଗୋଆ, ତାମିଲନାଡୁ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ମଣିପୁର, ତ୍ରିପୁରା, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ, ମିଜୋରାମ, ମେଘାଳୟ, ସିକିମ, ପଶ୍ଚିମବଙ୍ଗ, ବିହାର, ଓଡ଼ିଶା ଏବଂ ମହାରାଷ୍ଟ୍ର ସାମିଲ ଅଛନ୍ତି। ଜୁଲାଇ ୫ ସୁଦ୍ଧା ମୌସୁମୀ ଝାଡ଼ଖଣ୍ଡ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଗୁଜରାଟ, ଲଦାଖ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଜମ୍ମୁ-କାଶ୍ମୀର, ପଞ୍ଜାବ, ହରିୟାଣା, ଦିଲ୍ଲୀ, ଚଣ୍ଡୀଗଡ଼ ଏବଂ ରାଜସ୍ଥାନରେ ପହଞ୍ଚିବାର ଅଛି।

ଆଇଏମଡି ମୁତାବକ, ଆଜି ୧୨ ଜୁନରେ ଦେଶର ପ୍ରାୟ ୧୭ରୁ ଅଧିକ ରାଜ୍ୟରେ ବର୍ଷା ଏବଂ ସାମୁଦ୍ରିକ ଝଡ଼ ପାଇଁ ‘ୟେଲୋ ଆଲର୍ଟ’ (Yellow Alert) ଜାରି କରାଯାଇଛି। ଆଜି ଦିଲ୍ଲୀ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ବିହାର, ପଞ୍ଜାବ, ହରିୟାଣା, ଚଣ୍ଡୀଗଡ଼, ରାଜସ୍ଥାନ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼, ଜମ୍ମୁ-କାଶ୍ମୀର, ତାମିଲନାଡୁ, କେରଳ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ, ସିକିମ, ଅରୁଣାଚଳ ପ୍ରଦେଶ ସମେତ ଅନେକ ରାଜ୍ୟରେ ଘଣ୍ଟା ପ୍ରତି ୬୦ ରୁ ୯୦ କିଲୋମିଟର ବେଗରେ ପ୍ରବଳ ପବନ ବହିପାରେ, ଯାହାଦ୍ୱାରା ଗରମରୁ ଆଶ୍ୱସ୍ତି ମିଳିବ।

ଆଇଏମଡି ଅନୁଯାୟୀ, ଆସନ୍ତାକାଲି ୧୩ ଜୁନ ଶନିବାର ଦିନ ଦିଲ୍ଲୀ, ପଞ୍ଜାବ, ହରିୟାଣା, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶରେ ଧୂଳିଝଡ଼ ସହ ବର୍ଷା ହୋଇପାରେ। ଏହି ସମୟରେ ଘଣ୍ଟା ପ୍ରତି ୫୦-୭୦ କିଲୋମିଟର ବେଗରେ ପବନ ବହିବାର ଅନୁମାନ କରାଯାଇଛି। ଜମ୍ମୁ-କାଶ୍ମୀର, ହିମାଚଳ ପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ବର୍ଷା ସହ କୁଆପଥର ମଧ୍ୟ ପଡ଼ିପାରେ। କେରଳ, କର୍ଣ୍ଣାଟକ, ତାମିଲନାଡୁ, ତେଲେଙ୍ଗାନା ଏବଂ ପୂର୍ୱୋତ୍ତରର ସମସ୍ତ ୮ଟି ରାଜ୍ୟରେ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି। କର୍ଣ୍ଣାଟକ ଏବଂ କେରଳର ଉପକୂଳବର୍ତ୍ତୀ ସହରଗୁଡ଼ିକରେ ପ୍ରବଳ ବର୍ଷା ହେବାର ପୂର୍ୱାନୁମାନ କରାଯାଇଛି।

ଆଇଏମଡି ସୂଚନା ଅନୁଯାୟୀ, ୧୪ ଜୁନ ରବିବାର ଦିନ ଦିଲ୍ଲୀ, ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ଝଡ଼ତୋଫାନ ସହ ବର୍ଷା ହୋଇପାରେ। ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ ଏବଂ ଜମ୍ମୁ-କଶ୍ମୀରର କେତେକ ଅଞ୍ଚଳରେ ବର୍ଷା ସହ କୁଆପଥର ମାଡ଼ ହେବାର ସମ୍ଭାବନା ରହିଛି। ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ତୋଫାନୀ ପବନ ସହ ବର୍ଷା ହୋଇପାରେ। ବିହାରର କେତେକ ପ୍ରାନ୍ତରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଇଛି। ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ମଧ୍ୟ ବର୍ଷା ହୋଇପାରେ ଏବଂ ମଧ୍ୟପ୍ରଦେଶର କେତେକ ସ୍ଥାନରେ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଟାଙ୍ଗିଆ ବେଣ୍ଟ ମାଡ଼ରେ ଚାଲିଗଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri