Posted inଜାତୀୟ

‘ଡାଲଖାଇ’ ଗୀତର ତାଳେ ତାଳେ ନାଚିଲେ ଆଇଏମ୍‌ଏଫ୍‌ ଏମ୍‌ଡି କ୍ରିଷ୍ଟାଲିନା

ନୂଆଦିଲ୍ଲୀ,୮।୯: ଦିଲ୍ଲୀରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ପାଇଁ ଅତିଥିମାନଙ୍କ ଆଗମନ ପ୍ରକ୍ରିୟା ଜାରି ରହିଛି। ଜଣେ ପରେ ଜଣେ ବିଦେଶୀ ଅତିଥି ଆସି ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚୁଛନ୍ତି। ଏହି କ୍ରମରେ ଗୁରୁବାର ଆଇଏମ୍‌ଏଫ୍‌ (ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି)ର ପରିଚାଳନା ନିର୍ଦ୍ଦେଶିକା (ଏମ୍‌ଡି) କ୍ରିଷ୍ଟାଲିନା ଜର୍ଜିଭା ଜି -୨୦ ଶିଖର ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କୁ ବିମାନବନ୍ଦରରେ ଭାରତୀୟ ପାରମ୍ପରିକ ଲୋକ ନୃତ୍ୟ ସହ ଭବ୍ୟ ସ୍ବାଗତ କରାଯାଇଥିଲା। ତେବେ ଏହି ସମୟରେ କ୍ରିଷ୍ଟାଲିନା ଯାହା କରିଥିଲେ ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ଅତିଥିମାନଙ୍କୁ ସ୍ବାଗତ କରିବା ପାଇଁ ଭାରତର ବିଭିନ୍ନ ଅଞ୍ଚଳର ଲୋକ ନୃତ୍ୟ ଉପସ୍ଥାପନ କରାଯାଉଥିଲା। କ୍ରିଷ୍ଟାଲିନା ପହଞ୍ଚିବା ସମୟରେ ଏକ ନୃତ୍ୟଶିଳ୍ପୀ ଦଳ ‘ଡାଲଖାଇ’ (ଓଡିଶାର ଆଦିବାସୀମାନଙ୍କର ଏକ ଲୋକପ୍ରିୟ ଲୋକ ନୃତ୍ୟ) ଉପସ୍ଥାପନ କରୁଥିଲେ। ଏହାକୁ ଦେଖି କ୍ରିଷ୍ଟାଲିନା ବହୁତ ଖୁସି ହୋଇ ଯାଇଥିଲେ । ଏପରିକି ସେ ମଧ୍ୟ ଗୀତର ତାଳେ ତାଳେ ନିଜର ପାଦ ମିଳାଇଥିଲେ। ସେ ନିଜକୁ ଓ ଲୋକଗୀତର ତାଳେ ତାଳେ ନାଚିବାକୁ ଅଟକାଇ ପାରି ନ ଥିଲେ। ଏବେ ତାଙ୍କର ନାଚିବା ସମୟର ଭିଡିଓ ଭାଇରାଲ ହେଉଛି।

ସୂଚନାଯୋଗ୍ୟ, ଏଥର ଭାରତ ଜି -୨୦ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରୁଛି। ଏହି ସମ୍ମିଳନୀ ପାଇଁ ଦିଲ୍ଲୀରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri