ଆଇଏମଏଫର ଅନୁମାନ: ୨୦୨୩ରେ ଭାରତର ଜିଡିପି ରହିବ ୬.୧ ପ୍ରତିଶତ

ଓ୍ବାଶିଂଟନ୍‌,୩୧।୧: ବିଶ୍ୱ ଏବଂ ଭାରତୀୟ ଅର୍ଥନୀତି ସମ୍ପର୍କରେ ମଙ୍ଗଳବାର ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛି। ଆଇଏମଏଫ ଅନୁଯାୟୀ,୨୦୨୩ରେ ବିଶ୍ୱର ଅଭିବୃଦ୍ଧି ପୂର୍ବ ତୁଳନାରେ କମ ହେବାର ସମ୍ଭାବନା ରହିଛି। ୨୦୨୩ରେ ବିଶ୍ୱ ଅର୍ଥନୀତି ୨.୯ ପ୍ରତିଶତ ହାରରେ ବୃଦ୍ଧି ପାଇବ। ୨୦୨୨ରେ ଏହାର ଆକଳନ ୩.୪ ପ୍ରତିଶତ ଥିଲା। ୨୦୨୪ରେ ବିଶ୍ୱ ଅର୍ଥନୀତି ପୁଣି ଥରେ ଅଭିବୃଦ୍ଧି ୩.୧ ପ୍ରତିଶତ ହାରରେ ବୃଦ୍ଧି ପାଇପାରେ। ଅନ୍ୟପକ୍ଷରେ, ଭାରତର ଅର୍ଥନୀତି ବିଷୟରେ ଆଇଏମଏଫ କହିଛି ଯେ, ଭାରତର ଅର୍ଥନୀତି ଏହି ତ୍ରୈମାସରେ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହେବ। ଚଳିତ ତ୍ରୈମାସରେ ଭାରତର ଅର୍ଥନୀତି ୬.୮ ପ୍ରତିଶତ ହାରରେ ବୃଦ୍ଧି ପାଉଛି, ଯାହା ଆସନ୍ତା ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେ ୬.୧ ପ୍ରତିଶତ ହେବାର ସମ୍ଭାବନା ରହିଛି।
ଭାରତୀୟ ଅର୍ଥନୀତି ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରି ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ର ମୁଖ୍ୟ ଅର୍ଥନୀତିଜ୍ଞ ପିଆର-ଅଲିଭିଆର୍‌ ଗୋରିଞ୍ଚସ କହିଛନ୍ତି, ଅକ୍ଟୋବର-ଡିସେମ୍ବର ଶେଷ ତ୍ରୈମାସରେ ଭାରତୀୟ ଅର୍ଥନୀତି ୬.୮ ପ୍ରତିଶତ ହାରରେ ବୃଦ୍ଧି ପାଇବ। ୨୦୨୩-୨୪ ପରବର୍ତ୍ତୀ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସରେରେ ଭାରତର ଜିଡିପିରେ ହ୍ରାସ ଘଟିବ ଏବଂ ଏହା ୬.୧ ପ୍ରତିଶତ ହାରରେ ବୃଦ୍ଧି ପାଇବ। ଏହି ହ୍ରାସ ପରେ ମଧ୍ୟ ଭାରତୀୟ ଅର୍ଥନୀତି ବିଶ୍ୱ ଅର୍ଥନୀତି ପାଇଁ ଏକ ‘ବ୍ରାଇଟ୍‌ ସ୍ପଟ୍‌’ ଭାବରେ କାର୍ଯ୍ୟ କରିବ। ୨୦୨୫ ଆର୍ଥିକ ବର୍ଷରେ ଭାରତର ଅର୍ଥନୀତି ପୁଣି ୬.୮ ପ୍ରତିଶତ ହାରରେ ବୃଦ୍ଧି ପାଇବ।
ଆଇଏମଏଫ ରିପୋର୍ଟ ଅନୁଯାୟୀ, ୨୦୨୩ ଏବଂ ୨୦୨୪ରେ ଏସିଆରେ ଯଥାକ୍ରମେ ୫.୩ ପ୍ରତିଶତ ଏବଂ ୫.୪ ପ୍ରତିଶତ ଅଭିବୃଦ୍ଧି ହୋଇପାରିବ। ଏସିଆର ଅଭିବୃଦ୍ଧି ଚାଇନାର ଅଭିବୃଦ୍ଧି ଉପରେ ନିର୍ଭର କରିବ। ଗତ ୪୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚାଇନାର ଜିଡିପି ବିଶ୍ୱ ଅର୍ଥନୀତିର ଅଭିବୃଦ୍ଧିଠାରୁ କମ ରେକର୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?