ଜିଡିପିର ଅନୁମାନ ୭%କୁ ବୃଦ୍ଧି କଲା ଆଇଏମ୍‌ଏଫ୍‌

ନୂଆଦିଲ୍ଲୀ, ୧୯।୭ (ଅଭୟ ଦାଶ): ବିଶ୍ୱର ପ୍ରମୁଖ ଆର୍ଥିକ ସଂସ୍ଥା ତଥା ଆମେରିକାର ପ୍ରତିଷ୍ଠିତ ପ୍ରତିଷ୍ଠାନ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)ର ଆକଳନ ଅନୁଯାୟୀ ୨୦୨୪-୨୫ଆର୍ଥିକ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ ବା ଜିଡିପିର ପୂର୍ବାନୁମାନ ୭% କୁ ବୃଦ୍ଧି ପାଇଛି। ଏପରିକି ଆଇଏମଏଫ ଭାରତର ଜିଡିପିକୁ ୨୦ବେସିସ୍‌ ପଏଣ୍ଟ ବୃଦ୍ଧି କରି ୭% ରେ ପହଞ୍ଚାଇଛି। ୨୦୨୪ ଏପ୍ରିଲରେ ସଂସ୍ଥାର ପୂର୍ବ ଆକଳନ ୬.୮% ରହିଥିବା ବେଳେ ବର୍ତ୍ତମାନ ଆଇଏମ୍‌ଏଫ ତା’ର ପୂର୍ବାନୁମାନକୁ ସଂଶୋଧନ କରିଛି।

ଅପରପକ୍ଷରେ ଆଇଏମଏଫର ସଦ୍ୟତମ ‘ୱାଲର୍‌ଡ ଇକୋନୋମିକ୍‌ ଆଉଟଲୁକ୍‌’ରିପୋର୍ଟ ସୂଚାଉଛି, ଚଳିତ ବର୍ଷ ପାଇଁ ଭାରତର ଆର୍ଥିକ ଅଭିବୃଦ୍ଧି ପୂର୍ବାନୁମାନକୁ ମଧ୍ୟ ୭.୦% କୁ ବୃଦ୍ଧି କରାଯାଇଛି। ବିଶେଷ କରି ଗ୍ରାମାଞ୍ଚଳ ଉପଭୋକ୍ତା ସମ୍ଭାବନାରେ ଉଲ୍ଲେଖନୀୟ ବୃଦ୍ଧି ପରିପ୍ରେକ୍ଷୀରେ ଏହି ଅଭିବୃଦ୍ଧି ଘଟିଛି। ଏହା ସହିତ ଉଦୀୟମାନ ବଜାର ଏବଂ ବିକାଶଶୀଳ ଅର୍ଥବ୍ୟବସ୍ଥା ମଧ୍ୟରେ ଭାରତ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥବ୍ୟବସ୍ଥା ଭାବେ ନିଜର ସ୍ଥିତି ବଜାୟ ରଖିଛି। ସେହିଭଳି ଉଦୀୟମାନ ବଜାର ଓ ବିକାଶଶୀଳ ଅର୍ଥବ୍ୟବସ୍ଥାରେ ଅଭିବୃଦ୍ଧିର ପୂର୍ବାନୁମାନକୁ ସଂଶୋଧନ କରାଯାଇଛି।

ଏପରିକି ଏସିଆ ବିଶେଷ କରି ଚାଇନା ଏବଂ ଭାରତରେ ଦୃଢ କାର୍ଯ୍ୟକଳାପ ଯୋଗୁଁ ଏହି ବୃଦ୍ଧି ଘଟିଛି। ସେହିପରି ଆଇଏମ୍‌ଏଫ୍‌ ରିପୋର୍ଟରେ କୁହାଯାଇଛି, ଚଳିତ ବର୍ଷ ଭାରତରେ ଅଭିବୃଦ୍ଧିର ପୂର୍ବାନୁମାନକୁ ୭%କୁ ସଂଶୋଧନ କରାଯାଇଛି, ଯାହା ୨୦୨୩ରେ ଅଭିବୃଦ୍ଧିକୁ ଆହୁରି ଅଧିକ କରୁଛି ଏବଂ ବିଶେଷ କରି ଗ୍ରାମାଞ୍ଚଳରେ ଘରୋଇ ବ୍ୟବହାରର ଉନ୍ନତ ସମ୍ଭାବନାକୁ ପ୍ରତିଫଳିତ କରୁଛି ବୋଲି ଆଇଏମଏଫ ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ଫାଇନାଲ ମ୍ୟାଚ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଅଧିନାୟକଙ୍କ ବଡ଼ ବୟାନ, ଯଦି ଆମକୁ ହୃଦୟ ଭାଙ୍ଗିବାକୁ ପଡ଼େ…

ଅହମଦାବାଦ,୭।୩: ଟୁର୍ନାମେଣ୍ଟ ଜିତିବା ପାଇଁ ଆମେ ଫେଭରାଇଟ୍‌ ଦଳ ନୁହେଁ। କିନ୍ତୁ ଥରେ ଟ୍ରଫି ଉଠାଇବା ପାଇଁ ଯଦି ଆମକୁ କିଛି ହୃଦୟ ଭାଙ୍ଗିବାକୁ ପଡ଼େ, ତେବେ…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri