୨୦୨୪ ଆର୍ଥିକ ବର୍ଷ ପାଇଁ ଆଇଏମଏଫ ଭାରତର ଅଭିବୃଦ୍ଧି ଆକଳନକୁ ୬.୧ ପ୍ରତିଶତରୁ ୬.୩ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୦।୧୦ : ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ମଙ୍ଗଳବାର ୨୦୨୪ ଆର୍ଥିକ ବର୍ଷ ପାଇଁ ଭାରତର ଅଭିବୃଦ୍ଧି ପୂର୍ବାନୁମାନକୁ ୬.୧ ପ୍ରତିଶତ ରୁ ୬.୩ ପ୍ରତିଶତକୁ ବୃଦ୍ଧି କରିଛି, ଯାହା ଏପ୍ରିଲ-ଜୁନ ତ୍ରୟମାସରେ ଆଶା କରାଯାଉଥିବା ଆକଳନଅଧିକ ବୋଲି ଦର୍ଶାଇଛି।

ଆଇଏମଏଫ ଦ୍ୱାରା କରାଯାଇଥିବା ଏହି ପରିବର୍ତ୍ତନ ଭାରତର ତଥ୍ୟରେ କରାଯାଇଥିବା ଅଦଳବଦଳ ମଧ୍ୟରେ ସର୍ବଶେଷ ଅଟେ। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବାନୁମାନ ଅନୁଯାୟୀ ୨୦୨୪ ଆର୍ଥିକ ବର୍ଷ ପାଇଁ ଭାରତର ଅଭିବୃଦ୍ଧି ହାର ପ୍ରାୟ ୬.୫ ପ୍ରତିଶତ ହୋଇପାରେ। ୨୦୨୫ ଆଥିକ ବର୍ଷ ପାଇଁ ଅଭିବୃଦ୍ଧି ପୂର୍ବାନୁମାନ ୬.୩ ପ୍ରତିଶତରେ ଅପରିବର୍ତ୍ତିତ ରହିଛି। ଆଇଏମଏଫ ଅନୁଯାୟୀ, ଭାରତ ଭବିଷ୍ୟତରେ ଦ୍ରୁତତମ ଅଭିବୃଦ୍ଧିଶୀଳ ପ୍ରମୁଖ ଅର୍ଥନୀତି ହୋଇ ରହିବ।

ଆଇଏମଏଫ ମଙ୍ଗଳବାର ବିଶ୍ୱ ଅର୍ଥନୈତିକ ଦୃଷ୍ଟିକୋଣ ଆଧାରରେ କହିଛି ଭାରତର ଅଭିବୃଦ୍ଧି ହାର ଦୃଢ଼ ରହିବ। ୨୦୨୩ ଏବଂ ୨୦୨୪ରେ ଏହା ୬.୩ ପ୍ରତିଶତ ହେବ ବୋଲି ଆକଳନ କରାଯାଇଛି । ଏପ୍ରିଲରୁ ଜୁନ-ତ୍ରୟ ମାସିକରେ ଆଶା କରାଯାଉଥିବା ଅପେକ୍ଷା ଭଲ ପ୍ରଦର୍ଶନ ଆକଳନ ହେତୁ ଏହା ହୋଇଛି। ଆଇଏମଏଫ ଏହାର ପୂର୍ବାନୁମାନରେ ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାକୁ ଅନ୍ତର୍ଭୁକ୍ତ କରିନାହିଁ ।

ପୂର୍ବ ବର୍ଷ ତୁଳନାରେ ଏପ୍ରିଲ-ଜୁନ ତ୍ରୟ ମାସରେ ଭାରତୀୟ ଅର୍ଥନୀତି ୭.୮ ପ୍ରତିଶତ ଅଭିବୃଦ୍ଧି ପଞ୍ଜିକୃତ କରିଛି। ଆଇଏମଏଫ ଦ୍ୱାରା ଭାରତର ଅଭିବୃଦ୍ଧି ପୂର୍ବାନୁମାନର ଏପ୍ରିଲ ମାସରେ ହୋଇଥିବା ଆକଳନଠାରୁ ୦.୪ ପ୍ରତିଶତ ଅଧିକ ରହିଛି। ୨୦୨୪ ଆର୍ଥିକ ବର୍ଷ ପାଇଁ ଭାରତର ଅଭିବୃଦ୍ଧି ହାର ୬.୩ ପ୍ରତିଶତ ବୋଲି ବିଶ୍ୱ ବ୍ୟାଙ୍କ ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri