ଆଇଏମଏଫ ଦଳ ଇମ୍ରାନଙ୍କୁ ଭେଟିଲେ, ସରକାରଙ୍କ ଅସନ୍ତୁଷ୍ଟ…

ଇସଲାମାବାଦ,୮।୭ : ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ଦଳର ପ୍ରତିନିଧୀଙ୍କୁ ଭେଟିବା ପାଇଁ ପାକିସ୍ତାନ ପରିଦର୍ଶନ କରୁଥିବା ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ଦଳର ନିଷ୍ପତ୍ତି ଶାସକ ମିଳିତ ମେଣ୍ଟରେ ଅସନ୍ତୋଷ ସୃଷ୍ଟି କରିଛି। ଏକ ସମୟରେ ଯେତେବେଳେ ପାକିସ୍ତାନର ପ୍ରଶାସନ ଆର୍ମି ଏବଂ ଇଣ୍ଟେଲିଜେନ୍ସ ନେତୃତ୍ୱରେ ପାକିସ୍ତାନ ଡେମୋକ୍ରାଟିକ ମୁଭମେଣ୍ଟ (ପିଡିଏମ) ଇମ୍ରାନ ଖାନଙ୍କୁ ରାଜନୈତିକ କ୍ଷେତ୍ରରୁ ହଟାଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ଏପରି ସ୍ଥଳେ ଆଇଏମଏଫ ଦଳର ଏହି ନିଷ୍ପତ୍ତିକୁ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି।

ଇମ୍ରାନ ଖାନଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ନେତା ହାମଦ ଅଜହର ଶୁକ୍ରବାର ବିଳମ୍ବିତ ରାତିରେ ଆଇଏମଏଫ ଟିମ ଲାହୋରରେ ଇମ୍ରାନ ଖାନଙ୍କ ବାସଭବନ ପରିଦର୍ଶନ କରିଥିବା ସୂଚନା ଦେଇଛନ୍ତି। ସେଠାରେ ଋଣ କିସ୍ତି ମୁକ୍ତ ପାଇଁ ପାକିସ୍ତାନ ସରକାରଙ୍କ ସହ ସ୍ବାକ୍ଷରିତ କର୍ମଚାରୀ ସ୍ତରୀୟ ଚୁକ୍ତି ସମ୍ପର୍କରେ ଆଇଏମଏଫ ଦଳ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ। ଏହି ଚୁକ୍ତିନାମା ଅନୁଯାୟୀ ପାକିସ୍ତାନକୁ ମୋଟ ତିନି ବିଲିୟନ ଡଲାରର ଋଣ ଦେବାକୁ ପଡିବ।

ଏହି ଚୁକ୍ତିନାମା ୨୯ ଜୁନ ରେ ହୋଇଥିଲା। କିନ୍ତୁ ଆଇଏମଏଫ ବୋର୍ଡର ଅନୁମୋଦନ ପାଇବା ପରେ ଏହା କାର୍ଯ୍ୟକାରୀ ହେବ। ଉଲ୍ଲେଖଥାଉ କି, ଚୁକ୍ତିନାମା ଯୋଗୁ ପାକିସ୍ତାନର ଅର୍ଥନୈତିକ କ୍ଷେତ୍ରକୁ ଆଶ୍ୱସ୍ତି ମିଳିଛି। ଆଇଏମଏଫ ଦଳ ସହ ଆଲୋଚନାରେ ଇମ୍ରାନ ଖାନ ଏହି ଡିଲକୁ ସମର୍ଥନ କରିବେ ବୋଲି ନିଶ୍ଚିତ କରିଛନ୍ତି। ଏହା ସମ୍ଭାବନାକୁ ମଜବୁତ କରିଛି ଆଇଏମଏଫ ବୋର୍ଡ ଋଣ ପ୍ରଦାନକୁ ଅନୁମୋଦନ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

‘I Am The Boss’… G-7 ମିଟିଂରେ ବଡ଼ ଘୋଷଣା କଲେ ଟ୍ରମ୍ପ! ସମସ୍ତେ କାବା

ନୂଆଦିଲ୍ଲୀ,୧୭।୬: ବୁଧବାର G-7 ନେତାମାନଙ୍କ ବୈଠକର ଶେଷ ଦିନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଏକ ବିବୃତ୍ତି ଭାଇରାଲ ହେଉଛି। କ୍ଲିପରେ, ସମସ୍ତେ ବସିଥିବାବେଳେ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

ଇରାନକୁ ଡୋନାଲ୍ଡ ଟ୍ରମ୍ପଙ୍କ ଖୋଲା ଧମକ: ‘ସର୍ତ୍ତ ନ ମାନିଲେ ସିଧା ମୁଣ୍ଡ ଉପରେ ପକାଇବୁ ବୋମା’

ନୂଆଦିଲ୍ଲୀ,୧୭।୬: ଇରାନ ସହିତ ଚାଲିଥିବା ଆଲୋଚନା ଏବଂ ଚୁକ୍ତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ବୟାନ ପୁଣି ଥରେ ଯୁଦ୍ଧ ଚିନ୍ତାକୁ ବଢ଼ାଇ ଦେଇଛି।…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

‘ତୁମେମାନେ ପରଜୀବୀ, ଜେଲରେ ବନ୍ଦ…’; କକ୍ରୋଚ ପରେ ପୁଣି ବିବାଦୀୟ ବୟାନ ଦେଲେ CJI!

ନୂଆଦିଲ୍‌ଲୀ,୧୭।୬: ଭାରତର ମୁଖ୍ୟ ବିଚାରପତି (CJI) ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଦ୍ୱାରା କିଛି ସମୟ ପୂର୍ୱରୁ ଦିଆଯାଇଥିବା ‘ଅସରପା’ (କକ୍ରୋଚ) ବୟାନକୁ ନେଇ ସାରା ଦେଶରେ ପ୍ରବଳ ହଙ୍ଗାମା…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri