ଅପରେଶନ ସିନ୍ଦୂର ପରେ ପାକିସ୍ତାନ ପାଇଁ IMFର ବଡ଼ ଚେତାବନୀ: ଲଗାଇଲା ୧୧ କଡ଼ା ସର୍ତ୍ତ

ଇସଲାମାବାଦ,୧୯।୫: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପାକିସ୍ତାନକୁ ୧ ବିଲିୟନ ଡଲାର ବେଲଆଉଟ ପ୍ୟାକେଜ ଘୋଷଣା କରିଛି। ବେଲଆଉଟ ପ୍ୟାକେଜର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ IMF ପାକିସ୍ତାନ ଉପରେ ୧୧ଟି ନୂତନ ସର୍ତ୍ତ ରଖିଛି। ଏହା ସହିତ, IMF ପାକିସ୍ତାନକୁ କଡ଼ା ଚେତାବନୀ ଦେଇଛି।

IMF ପାକିସ୍ତାନକୁ ଚେତାବନୀ ଦେଇଛି ଯେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା କାର୍ଯ୍ୟକ୍ରମର ଆର୍ଥିକ, ବାହ୍ୟ ଏବଂ ସଂସ୍କାର ଲକ୍ଷ୍ୟ ପ୍ରତି ବିପଦ ବଢ଼ାଇପାରେ। ଏପରକି ନୂତନ ସର୍ତ୍ତଗୁଡ଼ିକ ମଧ୍ୟରେ ଆଗାମୀ ଆର୍ଥିକ ବର୍ଷର ବଜେଟ ପାଇଁ ସଂସଦର ଅନୁମୋଦନ ଅନ୍ତର୍ଭୁକ୍ତ। IMF ରିପୋର୍ଟରେ କୁହାଯାଇଛି ଯେ, ପାକିସ୍ତାନର ମୋଟ ବଜେଟ ଆକାର ୧୭,୬୦୦ ବିଲିୟନ ଟଙ୍କା। ଏଥିମଧ୍ୟରୁ ୧,୦୭୦୦ ବିଲିୟନ ଟଙ୍କା ବିକାଶମୂଳକ କାର୍ଯ୍ୟ ପାଇଁ ରହିବ। ଏପରିକି ବିଦ୍ୟୁତ୍‌ ବିଲ ଉପରେ ଋଣ ସେବା ସରଚାର୍ଜରେ ବୃଦ୍ଧି କରାଯାଇଛି। ସେହିପରି ତିନି ବର୍ଷରୁ ପୁରୁଣା କାର୍‌ ଆମଦାନୀ ଉପରେ ପ୍ରତିବନ୍ଧକ ଉଠାଇବା ଅନ୍ତର୍ଭୁକ୍ତ ରହିଛି।

IMF ରିପୋର୍ଟରେ ଆଗାମୀ ଆର୍ଥିକ ବର୍ଷ ପାଇଁ ପ୍ରତିରକ୍ଷା ବଜେଟ ୨,୪୧୪ ବିଲିୟନ ଟଙ୍କା ଦର୍ଶାଯାଇଛି, ଯାହା ୨୫୨ ବିଲିୟନ ଟଙ୍କା କିମ୍ବା ୧୨ ପ୍ରତିଶତ ବୃଦ୍ଧି ହୋଇଛି।

ଭାରତ ସହିତ ବିବାଦ ବୃଦ୍ଧି ପାଇବା ପରେ ପାକିସ୍ତନ ସରକାର ଏହି ମାସର ଆରମ୍ଭରେ ପ୍ରତିରକ୍ଷା କ୍ଷେତ୍ର ପାଇଁ IMF ଆକଳନ ଅପେକ୍ଷା ୨,୫୦୦ ବିଲିୟନ ଟଙ୍କା କିମ୍ବା ୧୮ ପ୍ରତିଶତ ଅଧିକ ବ୍ୟୟବରାଦ କରିବାକୁ ସୂଚିତ କରିଛନ୍ତି। ୨୨ ଏପ୍ରିଲରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ, ଭାରତ ୬ ଏବଂ ୭ ମେ ମଧ୍ୟରାତ୍ରିରେ ’ଅପରେଶନ ସିନ୍ଦୂର’ ଅଧୀନରେ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିରଗୁଡ଼ିକ ଉପରେ ଆକ୍ରମଣ କରିଥିଲା। ଏହା ପରେ, ପାକିସ୍ତାନ ୮, ୯ ଏବଂ ୧୦ ମେରେ ଭାରତୀୟ ସାମରିକ ଘାଟି ଉପରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ୧୦ ମେରେ, ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବା ପାଇଁ ଦୁଇ ଦେଶ ମଧ୍ୟରେ ସହମତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

AAP କୁ ଶକ୍ତ ଝଟକା, ଦଳ ଛାଡିବାର ଅସଲ କାରଣ କହି ହାତ ଧରିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩।୧୦: ଆମ ଆଦମୀ ପାର୍ଟି (AAP)ର ଜାତୀୟ ମୁଖ୍ୟ ମୁଖପାତ୍ର ପ୍ରିୟଙ୍କା କକ୍କର କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। କକ୍କର ଦୀର୍ଘ ଦିନ ଧରି AAP ସହିତ…

ହର୍ମୁଜରେ କୁୱେତ ଟ୍ୟାଙ୍କର ଉପରେ ଆକ୍ରମଣ; ୫ ଭାରତୀୟ ନାବିକ ଉଦ୍ଧାର

ତେହରାନ,୩।୧୦: ହର୍ମୁଜ ପ୍ରଣାଳୀ (Strait of Hormuz) ରେ କୁୱେତୀ ପତାକାବାହୀ ଏକ ଅଶୋଧିତ ତୈଳ ଟ୍ୟାଙ୍କର ଉପରେ ଏକ ପ୍ରକ୍ଷେପାସ୍ତ୍ର (projectile) ମାଡ଼ ହେବା ପରେ,…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?