‘ତତ୍ପରତାର ସହ ଯୋଜନା କାର୍ଯ୍ୟକାରୀ କର’

ଭଣ୍ଡାରିପୋଖରୀ,୧୭।୧୨(ସ୍ବ.ପ୍ର.): ଭଣ୍ଡାରିପୋଖରୀ ପଞ୍ଚାୟତ ସମିତିର ୪ର୍ଥ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷା ସୁମତୀ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ବିଧାୟକ ପ୍ରଫୁଲ୍ଲ ସାମଲ ଯୋଗଦେଇ ପଞ୍ଚାୟତ ସମିତିକୁ ରାଜନୀତିମୁକ୍ତ କରାଯିବା ସହ ନିର୍ବାଚିତ ପ୍ରତିନିଧିମାନେ ଭଲ କାମ କରିବାକୁ ପରାମର୍ଶ ଦେଇଥିଲେ। ଏହାସହ ପଞ୍ଚାୟତ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀମାନେ ସରକାରଙ୍କ ଜନହିତକର ଯୋଜନାକୁ ତତ୍ପରତାର ସହ କାର୍ଯ୍ୟକାରୀ କରିବାକୁ ବିଧାୟକ ନିର୍ଦ୍ଦେଶ ଦେଇଥିଲେ। ସ୍ବାସ୍ଥ୍ୟସେବା ଭିତ୍ତିଭୂମି ବିକାଶ ବାବଦରେ ଆଲୋଚନା ହୋଇଥିବା ବେଳେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଅଧିକାଂଶ ସମୟ ଅନୁପସ୍ଥିତ ରହୁଥିବା ସମିତିସଭ୍ୟ ଗୁରୁପ୍ରସାଦ ଗିରି ଅଭିଯୋଗ କରିଥିଲେ। ସେହିଭଳି ମାଳଦା ପଞ୍ଚାୟତରେ ଅଙ୍ଗନଓ୍ବାଡି କର୍ମୀ କେନ୍ଦ୍ରକୁ ଦୀର୍ଘମାସ ହେବ ଆସୁ ନ ଥିବା ନେଇ ବାରମ୍ବାର ଅଭିଯୋଗ ସତ୍ତ୍ୱେ ମହିଳା ଓ ଶିଶୁ ବିକାଶ ଅଧିକାରିଣୀ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ସମିତିସଭ୍ୟା ରିତାଞ୍ଜଳି ସାମଲ ଅଭିଯୋଗ ଆଣିଥିଲେ। ଅନୁରୂପ ଭାବେ ବିଦ୍ୟୁତ୍‌, ଗମନାଗମନ, କୃଷି, ଶିକ୍ଷା, ଯୋଗାଣ ବାବଦରେ ସରପଞ୍ଚ ଅମୂଲ୍ୟ ନାୟକ, ସାଧନାଞ୍ଜଳି ମହାପାତ୍ର, ପରମାନନ୍ଦ ନାୟକ, ସତ୍ୟବ୍ରତ ପାଲ, ସମିତିସଭ୍ୟ ପ୍ରତାପ ଦ୍ୱିବେଦୀ, ପୂର୍ଣ୍ଣଚନ୍ଦ୍ର ମାଝି, ଜଗତ ଜୀବନ ବାରିକ, ତ୍ରୈଲୋକ୍ୟ ସାହୁ, ରଞ୍ଜନ ପରିଡ଼ା ପ୍ରମୁଖ ବିଭିନ୍ନ ପ୍ରଶ୍ନ କରିଥିଲେ। ଜିପିଓ ମୀନକେତନ ବାରିକ ପୂର୍ବ ବୈଠକର ବିବରଣୀ ପାଠ କରିଥିତ୍ଲେ। ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନା, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ପ୍ରଣୀତକାନ୍ତି ସାମଲ, ତହସିଲଦାର ସରୋଜକାନ୍ତ ନାୟକ, ବିଡିଓ ଦେବଦତ୍ତ ଦାସ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରିୟଙ୍କା ତ୍ରିପାଠୀ, ଏମ୍‌ପିଙ୍କ ପ୍ରତିନିଧି ଲଳିତ କୁମାର ରାଉତ, ଜିଲା ପରିଷଦ ସଭ୍ୟ ଲକ୍ଷ୍ମୀଧର ସାହୁ, ଉତ୍କଳ କେଶରୀ ମହାନ୍ତି, ବଦ୍ରିନାରାୟଣ ରାଉତ, ମେଡିକାଲ ଅଧିକାରୀ କମଳାକାନ୍ତ ସ୍ବାଇଁ, ବିଇଓ ଅଧିର ତରାଇ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri