ମେଲାଣି ନେଲେ ମା’ ଜଗଜ୍ଜନନୀ

କଟକ ଅଫିସ,୧୭ା୧୦: କରୋନା କଟକଣା ମଧ୍ୟରେ ଶନିବାର କଟକର ଦେବୀଗଡା, ଚହଟା, ଯୋବ୍ରା ମ୍ୟୁଜିୟମ ନିକଟ, କାର୍ତ୍ତିକେଶ୍ୱର ଗଡା, ଘାଟକୁଳ ଆଦି ୬ ସ୍ଥାନରେ ହୋଇଥିବା ଅସ୍ଥାୟୀ ପୋଖରୀରେ ମା’ ଦୁର୍ଗାଙ୍କୁ ବିସର୍ଜନ କରାଯାଇଛି। ସକାଳୁ ସନ୍ଧ୍ୟା ୬ଟା ମଧ୍ୟରେ ଦେବୀଗଡାରେ ପ୍ରାୟ ୮୦ ମୂର୍ତ୍ତି ଓ ଅନ୍ୟ ପୋଖରୀରେ ୧୭ଟି ମୂର୍ତ୍ତି ବିସର୍ଜନ କରାଯାଇଛି। ରବିବାର ପ୍ରାୟ ୨୦ଟି ମୂର୍ତ୍ତି ବିସର୍ଜନ ହେବ ବୋଲି କଟକ ମହାନଗର ଶାନ୍ତି କମିଟି ସଭାପତି ଦେବେନ୍ଦ୍ର ସାହୁ କହିଛନ୍ତି ା ସେହିପରି ପୂଜା କମିଟିର ୭ ଜଣ ସଦସ୍ୟ ଭସାଣିରେ ସାମିଲ ହୋଇଥିବାବେଳେ ପୂଜାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଦେବୀଗଡାଠାରେ ବିସର୍ଜନ ସମୟରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଡିସିପି ପ୍ରତୀକ୍‌ ସିଂ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଏହି ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ

ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ...

ପୂର୍ବତନ ଜିଆରଏସ୍‌ଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ, ୪ା୧୨(ରାକେଶ କୁମାର ରାଉତ): ଏକ ଲାଞ୍ଚ ନେବା ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରାଙ୍କୁ ୩...

ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ: ଥାନାରେ ଅଭିଯୋଗ କଲେ ସ୍ତ୍ରୀ

ଜଗନ୍ନାଥପ୍ରସାଦ,୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ତାଙ୍କ ଘରୁ ଜବତ କରାଯାଇଛି। ମୃତକ...

ଚୋରା ମାଙ୍ଗାନିଜ ବୋଝେଇ ଗାଡ଼ି ନେଇ ଯାଉଥିଲେ ମଝି ରାସ୍ତାରେ ଫାଟିଲା ଚକା : ଧରିଲା ପୋଲିସ 

ଯୋଡ଼ା,୪ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କାରଣ ସାହିଠାରେ ପୋଲିସ ଏକ ଚୋରା ମାଙ୍ଗାନିଜ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri