Posted inଜାତୀୟ

ପ୍ରବାସୀ ଭାରତୀୟ ଦିବସ: ବିଶ୍ୱର ୧୧୦ ଦେଶରେ ପ୍ରବାସୀ ଭାରତୀୟ

ଜାତିର ପିତା ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରେ ପ୍ରବାସରେ ଥିବା ସମୟରେ ପ୍ରଥମ ଅହିଂସା ଆନ୍ଦୋଳନ ଆରମ୍ଭ କରିଥିଲେ। ପରବର୍ତ୍ତୀ ସମୟରେ ଅହିଂସା ଆନ୍ଦୋଳନ ସତ୍ୟାଗ୍ରହ ମାଧ୍ୟମରେ ଭାରତରେ ସ୍ବାଧୀନତା ସଂଗ୍ରାମ ସଫଳ ହୋଇଥିଲା। ଶେଷରେ ଇଂରେଜମାନେ ଭାରତ ଛାଡ଼ିବାକୁ ବାଧ୍ୟ ହୋଇଥିଲେ। ତେବେ ସତ୍ୟାଗ୍ରହର ମୂଳଦୁଆ ପ୍ରବାସରେ ହିଁ ପଡ଼ିଥିଲା।

ତେଣୁ ପ୍ରବାସରେ ଭାରତୀୟଙ୍କ ଅବଦାନକୁ ସ୍ମରଣକରିବା ପାଇଁ ପ୍ରତିବର୍ଷ ଜାନୁଆରୀ ୯ରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଇଥାଏ। ଭାରତ ବାହାରେ ବାସକରୁଥିବା ଭାରତୀୟଙ୍କ ଉଲ୍ଲେଖନୀୟ କାର୍ଯ୍ୟ ଯୋଗୁ ବହୁ ସମୟରେ ଦେଶ ଗର୍ବିତ ହୋଇଥାଏ। ପ୍ରବାସରେ ପ୍ରବାସୀଙ୍କ ଦେଶପ୍ରେମର ବହୁ ଉଦାହରଣ ମଧ୍ୟ ରହିଛି।

ଜାନୁଆରୀ ୯ରେ ମହାତ୍ମା ଗାନ୍ଧୀ ଦକ୍ଷିଣ ଆଫ୍ରିକାରୁ ମୁମ୍ବାଇକୁ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହି ଦିନଟିକୁ ମନେରଖିବା ପାଇଁ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଇଥାଏ। ପ୍ରବାସୀ ଭାରତୀୟ ଦିବସ ପାଳନ କରିବାର ନିଷ୍ପତ୍ତି ଏଲ୍‌.ଏମ୍‌. ସିଂଘଭିଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ଦ୍ୱାରା ସ୍ଥାପିତ ଭାରତୀୟ ଡାଏସ୍ପୋରା ଉପରେ ଉଚ୍ଚସ୍ତରୀୟ କମିଟିର ସୁପାରିସ ଅନୁଯାୟୀ ଗ୍ରହଣ କରାଯାଇଥିଲା। ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୮ ଜାନୁଆରୀ ୨୦୦୨ରେ ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଏକ ଜନସମାବେଶରେ କମିଟିର ରିପୋର୍ଟ ଗ୍ରହଣ କରିଥିଲେ ଏବଂ ୯ ଜାନୁଆରୀ ୨୦୦୨ରେ ‘ପ୍ରବାସୀ ଭାରତୀୟ ଦିବସ’ ପାଳନ କରିବାକୁ ଘୋଷଣା କରିଥିଲେ। ଏହା ପରେ ୨୦୦୩ ଠାରୁ ଏହା ପାଳିତ ହେଉଛି।

ଦିବସର ଲକ୍ଷ୍ୟ ହେଉଛି ଭାରତ ପ୍ରତି ପ୍ରବାସୀ ଭାରତୀୟଙ୍କ ଚିନ୍ତାଧାରା, ସେମାନଙ୍କର ଭାବନାକୁ ପ୍ରକାଶ କରିବା ସହିତ ସେମାନଙ୍କ ଦେଶବାସୀଙ୍କ ସହିତ ସକାରାତ୍ମକ କଥାବାର୍ତ୍ତା ପାଇଁ ଏକ ମଞ୍ଚ ଯୋଗାଇବା ।
ଭାଇମାନଙ୍କ ସଫଳତା ବିଷୟରେ ଭାରତର ଲୋକଙ୍କୁ ଅବଗତ କରାଇବା ଏବଂ ସେମାନଙ୍କଠାରୁ ଦେଶବାସୀଙ୍କ ଆଶା ବିଷୟରେ ପ୍ରବାସୀମାନଙ୍କୁ ଅବଗତ କରାଇବା।

ବିଶ୍ୱର ୧୧୦ଟି ଦେଶରେ ରହୁଥିବା ପ୍ରବାସୀ ଭାରତୀୟଙ୍କର ଏକ ନେଟ୍‌ୱର୍କ ସୃଷ୍ଟି କରିବା। ଭାରତର ଅନ୍ୟ ଦେଶଗୁଡ଼ିକ ସହ ଥିବା ଆନ୍ତରିକ ସମ୍ପର୍କରେ ପ୍ରବାସୀମାନଙ୍କ ଭୂମିକା ବିଷୟରେ ସାଧାରଣ ଲୋକଙ୍କୁ ଅବଗତ କରାଇବା । ଭାରତର ଯୁବପିଢ଼ିକୁ ପ୍ରବାସୀ ଭାଇମାନଙ୍କ ସହ ସଂଯୋଗ କରାଇବା। ବିଦେଶରେ ଭାରତୀୟ ଶ୍ରମିକମାନେ ସମ୍ମୁଖୀନ ହେଉଥିବା ଅସୁବିଧା ବିଷୟରେ ଆଲୋଚନା କରିବା ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ…

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?