ପ୍ରବାସୀଙ୍କୁ ଯାତ୍ରା ମନା

ଛତ୍ରପୁର,୧୭ା୩: ଗଞ୍ଜାମ ଜିଲାରେ ପୁଣି କରୋନା ସଂକ୍ରମଣ ବଢିବା ସମ୍ଭାବନା ରହିଥିବାରୁ ଜିଲାବାସୀଙ୍କୁ ସତର୍କ ରହିବାକୁ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଭର୍ଚୁଆଲ ବୈଠକରେ ଅବଗତ କରାଇଛନ୍ତି। ଜିଲାରେ ଆଗକୁ ଦୋଳଯାତ୍ରା, ତାରାତାରିଣୀଙ୍କ ଯାତ୍ରା ଓ ଦଣ୍ଡଯାତ୍ରା ଓ ବୁଢ଼ୀ ଠାକୁରାଣୀ ଯାତ୍ରା ହେବ। ଯାତ୍ରାରେ ଗହଳି ହେବାର ସମ୍ଭାବନା ରହିଛି । ସତର୍କତା ଅବଲମ୍ବନ ନ କଲେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବ। ଅନ୍ୟପକ୍ଷେ ସମସ୍ତ କାର୍ଯ୍ୟାଳୟରେ ପୂର୍ବଭଳି କୋଭିଡ୍‌ ନିୟମ ପାଳନ କରିବା ଆବଶ୍ୟକ ହୋଇପଡ଼ିଛି। ମାସ୍କ ପରିଧାନ, ସାମାଜିକ ଦୁରତ୍ୱ ଓ ହାତଧୂଆ ଭଳି ନିୟମ କର୍ଯ୍ୟାଳୟରେ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ଦୈନିକ ୧ ହଜାର ଲୋକଙ୍କ ଟେଷ୍ଟ କରାଯାଉଛି। ଗତ କିଛିଦିନ ମଧ୍ୟରେ ଜିଲାରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଶୂନ ରହିଥିଲା। ବର୍ତ୍ତମାନ ୧୧ ଜଣ ଆକ୍ରାନ୍ତ ଚିହ୍ନଟ କରାଯାଇ ସେମାନଙ୍କର ଚିକିତ୍ସା କରାଯାଉଛି। ଲକ୍ଷଣ ଥିବା ବ୍ୟକ୍ତି ଚିହ୍ନଟ ହେଲେ ସେମାନଙ୍କ କଣ୍ଚାକ୍ଟଟ୍ରେସିଂ କରାଯାଇ ହୋମ ଆଇସୋଲେଶନରେ ରଖାଯାଉଛି। ଜିଲାରେ ଯାତ୍ରା ପାଳନ କରିବାକୁ ପ୍ରବାସୀମାନେ ନ ଆସିବାକୁ ଅନୁରୋଧ କରାଯାଇଛି। କେବଳ ସ୍ଥାନୀୟ କଳାକାରଙ୍କୁ ନେଇ ଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିପାରିବେ ବୋଲି ଜିଲାପାଳ କହିଛନ୍ତି। ଦଣ୍ଡନାଚରେ ଭୋଜିଭାତ ହେବ ନାହିଁ । କେବଳ ଦଣ୍ଡୁଆମାନଙ୍କ ପ୍ରସାଦ ସେବନ ପାଇଁ ଅନୁମତି ଦିଆଯାଇଛି। ମ୍ୟୁଜିକ, ଡିଜେ, ଡ୍ୟାନ୍ସ ଆଦିକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଯେଉଁମାନେ କୋଭିଡ ନିୟମ ଉଲ୍ଲଂଘନ କରିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri