ପ୍ରବାସୀଙ୍କୁ ମିଳିବ ପିଡିଏସ୍‌ ରାଶନ

ନୂଆଦିଲ୍ଲୀ,୧୫।୩: ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ପ୍ରବାସୀ ଶ୍ରମିକଙ୍କୁ ରାଶନ ଯୋଗାଣ ଧାରାକୁ ତ୍ୱରାନ୍ବିତ କରିବା ଲାଗି ନୂଆ ପଦକ୍ଷେପ ହାତକୁ ନେଇଛନ୍ତି। ଏହି ପଦକ୍ଷେପ ଅନ୍ତର୍ଗତ କେନ୍ଦ୍ର ସରକାର ମେରା ରାଶନ ମୋବାଇଲ ଆପ୍ଲିକେଶନର ଶୁଭାରମ୍ଭ କରିଛନ୍ତି। ଏହା ଦ୍ୱାରା ବିଶେଷ କରି ପ୍ରବାସୀ ଶ୍ରମିକମାନେ ଲାଭବାନ ହୋଇପାରିବେ। ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟର (ଏନ୍‌ଆଇସି) ପକ୍ଷରୁ ଏହି ମୋବାଇଲ ଆଣ୍ଡ୍ରଏଡ ଆପ୍ଲିକେଶନକୁ ଶୁଭାରମ୍ଭ କରାଯାଇଛି। ବର୍ତ୍ତମାନ ଏହା ହିନ୍ଦୀ ଏବଂ ଇଂଲିଶରେ ଉପଲବ୍ଧ ହେଉଥିବା ବେଳେ ପର୍ଯ୍ୟାୟକ୍ରମେ ଅନ୍ୟ ୧୪ଟି ଭାଷାରେ ଉପଲବ୍ଧ ହେବ।
ଉଲ୍ଲେଖଯୋଗ୍ୟ, ଜାତୀୟ ଖାଦ୍ୟ ନିରାପତ୍ତା ଆଇନ (ଏନ୍‌ଏଫ୍‌ଏସ୍‌ଏ) ସରକାର ଉଚ୍ଚ ସବ୍‌ସିଡି ହାରରେ ୮୧ କୋଟି ଲୋକଙ୍କୁ କିଲୋପ୍ରତି ୧ରୁ ୩ ଟଙ୍କାରେ ଖାଦ୍ୟଶସ୍ୟ ଯୋଗାଇ ଦେଉଛନ୍ତି। ଏମାନେ ସମସ୍ତେ ସାଧାରଣ ବଣ୍ଟନ ବ୍ୟବସ୍ଥାର ପରିସରଭୁକ୍ତ। ଓ୍ବାନ ନେଶନ ଓ୍ବାନ ରାଶନ କାର୍ଡ ବ୍ୟବସ୍ଥା ଅଧୀନରେ ୩୨ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ ରାଶନ କାର୍ଡ ପୋର୍ଟାବିଲିଟି ସୁବିଧା କରାଯାଇଛି। ନୂଆ ବ୍ୟବସ୍ଥାର ଶୁଭାରମ୍ଭ ପରେ ଖାଦ୍ୟ ସଚିବ ସୁଧାଂଶୁ ପାଣ୍ଡେ କହିଛନ୍ତି, ପ୍ରବାସୀ ଶ୍ରମିକଙ୍କୁ ଉଚିତ ମୂଲ୍ୟରେ ସେବା ଯୋଗାଣ ଲକ୍ଷ୍ୟ ନେଇ ଏଭଳି ଏକ ସୁବିଧା ହାତକୁ ନିଆଯାଇଛି। ମୋବାଇଲ ଆପ୍‌ରେ ପ୍ରବାସୀମାନେ ସେମାନଙ୍କ ତଥ୍ୟ ଦେଇ ପଞ୍ଜୀକୃତ ହୋଇପାରିବେ। ପରେ ସିଷ୍ଟମ ଅନୁସାରେ ତାଙ୍କୁ ଖାଦ୍ୟଶସ୍ୟ ଯୋଗାଣ କରାଯିବ। ଆଧାର ଏବଂ ରାଶନ କାର୍ଡ ନମ୍ବର ଦେଇ ଏହାକୁ ଲଗ୍‌ଇନ କରାଯାଇପାରିବ। ସରକାର ପ୍ରତି ବ୍ୟକ୍ତିଙ୍କୁ ମାସିକ ୫ କିଲୋ ଖାଦ୍ୟଶସ୍ୟ ୫.୪ ଲକ୍ଷ ରାଶନ ଶପ୍‌ରେ ଯୋଗାଇ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri