ଅପମୃତ୍ୟୁ ମାମଲା ବଢ଼ିଚାଲିଛି

ବ୍ରହ୍ମପୁର,୨୪।୧(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ  ଓ ହସପିଟାଲକୁ ଦକ୍ଷିଣ ଓଡ଼ିଶା ଓ  ଅନ୍ୟ ସ୍ଥାନରୁ ରୋଗୀ ରେଫର୍‌ ହୋଇ ଆସିଥାନ୍ତି। ସେହିପରି ଆନ୍ଧ୍ର ସୀମା ଅଞ୍ଚଳର ଲୋକ ବି ଏହି ମେଡିକାଲ ଉପରେ ନିର୍ଭରଶୀଳ। ବିଭିନ୍ନ ଆକସ୍ମିକ ଦୁର୍ଘଟଣାର ଶିକାର ହୋଇ ରୋଗୀ ଏଠାକୁ ଆସୁଥିବା ବେଳେ ମୃତ୍ୟୁ ହେଲେ ଅପମୃତ୍ୟୁ ମାମଲା ରୁଜୁ ହେଉଛି। ଏପରି ମାମଲା ଦିନକୁ ଦିନ ବଢ଼ି  ଚାଲିଛି। କେବଳ ୨୦୨୩ରେ ମୋଟ ୭୯୯ ଅପମୃତ୍ୟୁ ମାମଲା ହୋଇଥିବା ମେଡିକାଲ ଫାଣ୍ଡି ପକ୍ଷରୁ ସୂଚନା ମିଳିଛି। ଗତ ୪ବର୍ଷ ମଧରେ ଫାଣ୍ଡିରେ ୨୭୫୪ଟି ଅପମୃତ୍ୟୁ ମାମଲା ରୁଜୁ ହେଲାଣି।
   ଏମ୍‌କେସିଜିରେ ବିଶେଷ କରି ବିଭିନ୍ନ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ପାଇଁ ୨୪ଘଣ୍ଟିଆ ଜରୁରୀକାଳୀନ କାଜୁଆଲ୍ଟି ବ୍ୟବସ୍ଥା ରହିଛି। ଦିନକୁ ଦିନ ଦୁର୍ଘଟଣା ଓ ଆତ୍ମହତ୍ୟା ଉଦ୍ୟମ ଘଟଣା ବଢ଼ିବାରେ ଲାଗିଛି। ସେହିପରି ସାପ କାମୁଡ଼ା ଓ ନିଆଁରେ ପୋଡି ହୋଇ ଗୁରୁତର ଅବସ୍ଥାରେ ଲୋକେ ଆସୁଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କର ମୃତ୍ୟୁ ହେଲେ ଅପମୃତ୍ୟୁ ମାମଲା ରୁଜୁ ହୋଇ ବ୍ୟବଚ୍ଛେଦ କରାଯାଉଛି।  ଡାକ୍ତରଖାନାର ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ସରକାର ବହୁ ଯୋଜନା କରିଛନ୍ତି। ଏଠାରେ ଗୁରୁତ୍ୱପୂର୍ଣ୍ଣ ବିଭାଗ ଥିଲେ ବି ଟ୍ରମା କେୟାର୍‌ ସେଣ୍ଟରରୁ ଉନ୍ନତମାନର ସେବା ମିଳୁନି। ଟ୍ରମା କେୟାର୍‌ ସେଣ୍ଟରକୁ ଅପଗ୍ରେଡେସନ କରିବା ସହିତ ଖାଲି ପଦବି ପୂରଣ କରିବା ପ୍ରସ୍ତାବ ରହିଛି। ନିଆଁରେ ପୋଡ଼ି ଗୁରୁତର ରୋଗୀଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବର୍ନ କେୟାର୍‌ ୟୁନିଟ ସୁବିଧା ମଧ୍ୟ ନାହିଁ। ବର୍ନ କେୟାର୍‌ ୟୁନିଟ ନ ଥିବାରୁ ନିଆଁରେ ପୋଡ଼ି ଯାଇଥିବା ରୋଗୀ ସାଧାରଣ ୱାର୍ଡରେ ଚିକିତ୍ସିତ ହେଉଛନ୍ତି। ପ୍ରାୟତଃ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଉଛି। ବଡ ଡାକ୍ତରଖାନାରେ ଏସବୁ ସୁବିଧା ଉପଲବ୍ଧ ହେଲେ ଅପମୃତ୍ୟୁ ସଂଖ୍ୟା କିଛିମାତ୍ରାରେ ହ୍ରାସ ପାଇବ ବୋଲି ବିଭିନ୍ନ ମହଲରେ ମତ ପ୍ରକାଶ ପାଇଛି।
୪ ବର୍ଷର ଅପମୃତ୍ୟୁ ମାମଲା
ବର୍ଷ ସଂଖ୍ୟା
୨୦୨୦ ୬୧୨
୨୦୨୧ ୬୩୧
୨୦୨୨ ୭୧୨
୨୦୨୩ ୭୯୯

Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri