ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ ସମ୍ବନ୍ଧୀୟ ବିପଦ କାରଣରୁ ଏସିଆ ପୃଥିବୀର ସବୁଠାରୁ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ମଧ୍ୟରୁ ଅନ୍ୟତମ।
ଭାରତ ସମେତ ଏସିଆର ଅନେକ ଦେଶ ମଧ୍ୟ ଉତ୍ତାପ ତରଙ୍ଗ ଦ୍ୱାରା ପ୍ରଭାବିତ ହୋଇଥିଲେ। ଜାତିସଂଘ ଏଜେନ୍ସି ୱାଲର୍‌ଡ ମେଟେରୋଲୋଜିକାଲ ଅର୍ଗାନାଇଜେସନ (ଡବ୍ଲୁଏମଓ) ଦ୍ୱାରା ମଙ୍ଗଳବାର ପ୍ରକାଶିତ ରିପୋର୍ଟ ଅନୁଯାୟୀ ବନ୍ୟା ଓ ଝଡ଼ ଯୋଗୁ ଏସିଆରେ ସର୍ବାଧିକ ମୃତ୍ୟୁ ହୋଇଛି। ଏହାଦ୍ୱାରା ଅର୍ଥନୈତିକ କ୍ଷତି ହୋଇଛି। ଏଠାରେ ଉତ୍ତାପ ତରଙ୍ଗ ବା ‘ଲୁ’ର ପ୍ରଭାବ ଅଧିକ ଭୟଙ୍କର ବୋଲି ଜଣାପଡିଛି।
୨୦୨୩ରେ ଏସିଆରେ ୮୦ ପ୍ରତିଶତରୁ ଅଧିକ ବନ୍ୟା ଏବଂ ଝଡ଼ ଘଟଣା ଘଟିଥିଲା। ଷ୍ଟେଟ ଅଫ ଦି କ୍ଲାଇମେଟ ଇନ ଏସିଆ ୨୦୨୩ ଶୀର୍ଷକ ରିପୋର୍ଟ ଅନୁଯାୟୀ, ଦୀର୍ଘ ଦିନର ଗ୍ରୀଷ୍ମ ପ୍ରବାହ ଦକ୍ଷିଣ ଏବଂ ଦକ୍ଷିଣ-ପୂର୍ବ ଏସିଆକୁ ପ୍ରଭାବିତ କରିଥିଲା। ଏପ୍ରିଲ ଏବଂ ଜୁନରେ ଦେଶରେ ପ୍ରବଳ ଉତ୍ତାପ ଯୋଗୁଁ ପ୍ରାୟ ୧୧୦ ଜଣଙ୍କର ମତ୍ୟୁ ହୋଇଥିଲା।
ଗତ ବର୍ଷ ଏସିଆର ଅଧିକାଂଶ ଅଞ୍ଚଳରେ ପ୍ରବଳ ଉତ୍ତାପ ହୋଇଥିଲା। ୨୦୨୩ରେ, ତୁରାନ ନିମ୍ନଭୂମି ଅଞ୍ଚଳ (ତୁର୍କମେନିସ୍ତାନ, ଉଜବେକିସ୍ତାନ, କାଜାଖସ୍ତାନ), ହିନ୍ଦୁ କୁଶ (ଆଫଗାନିସ୍ତାନ, ପାକିସ୍ଥାନ), ଗଙ୍ଗା ଏବଂ ବ୍ରହ୍ମପୁତ୍ର ନଦୀ (ଭାରତ ଏବଂ ବାଂଲାଦେଶ) ସମେତ ଏସିଆର ଅନେକ ଅଞ୍ଚଳରେ କମ ବର୍ଷା ହୋଇଥିଲା। ଗତ ବର୍ଷ ଜୁଲାଇ ଏବଂ ଅଗଷ୍ଟ ମାସରେ ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ଭାରତରେ ମଧ୍ୟ ଭୂସ୍ଖଳନ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri