ବାତ୍ୟା ମୋନ୍ଥାର ପ୍ରଭାବ: ଦାରିଙ୍ଗବାଡ଼ିରେ ପବନ ସହ ଆରମ୍ଭ ହେଲାଣି ବର୍ଷା, ମୁକାବିଲା ପାଇଁ ପ୍ରଶାସନ ସଜାଗ

ଦାରିଙ୍ଗବାଡ଼ି,୨୭ା୧୦(ଅରୁଣ ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ସୋମବାର ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି। ସେପଟେ ଏହାକୁ ମୁକାବିଲା କରିବା ପାଇଁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ପ୍ରସ୍ତୁତ ହୋଇଛି ଭୂସ୍ଖଳନ ହେଉ କି ଗଛ ଉପୁଡିବା କିମ୍ବା ବିଦ୍ୟୁତ ଖୁଣ୍ଟ ଉପୁଡିବା ହେଉ ଯେଉଁ ଭଳି ମଧ୍ୟ ବିପର୍ଯ୍ୟୟ ହେଲେ ଅଗ୍ନିଶମ ବିଭାଗ ମୁକାବିଲା କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗର ଇନଚାର୍ଜ ସତ୍ୟନାରାୟଣ ବେହେରାଙ୍କ ସମେତ ୧୧ ଜଣିଆ ଟିମ୍‌ ପ୍ରସ୍ତୁତ ରହିଥିବା ମୁକାବିଲା ପାଇଁ ଆବଶ୍ୟକ କଟର, ଆସ୍କା ଲାଇଟ୍‌, ସ୍କାଏ ଲାଇଟ୍‌, ଜେନେନେଟର୍‌, ଲାଇଫ୍‌ ଜ୍ୟାକେଟ୍‌ ସମେତ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି ରଖାଯାଇଥିବା କୁହାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ଅଗ୍ନିଶମ ବିଭାଗ କାର୍ଯ୍ୟ କରିବ ବୋଲି କୁହାଯାଇଛି। ଦାରିଙ୍ଗବାଡ଼ିର ଭୌଗୋଳିକ ସ୍ଥିତି ଦେଖିଲେ ଚାରିଆଡେ ପାହାଡ଼, ଜଙ୍ଗଲ ଘେରା ରହିଛି ପାହାଡ଼ିଆ ଅଞ୍ଚଳରେ ଜନଜାତି ସମ୍ପ୍ରଦାୟର ବାସସ୍ଥାନ ରହିଥିବାରୁ ଏହି ବାତ୍ୟା ଚିନ୍ତା ଆଣିଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିବା ପରେ ସୁଜାତାଙ୍କର ଆସିଲା ପ୍ରଥମ ବୟାନ: କହିଦେଲେ ଏତେ ବଡ଼ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର, ୨୫।୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ସେ ଦଳରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସେ…

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla –…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ପିଲାଙ୍କୁ ମିଳିବ ସ୍କୁଲ ବ୍ୟାଗ୍‌, ଏହି ଶ୍ରେଣୀରୁ…

ଭୁବନେଶ୍ୱର,୨୫ା୬: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି ବ୍ୟାଗ୍‌ ମିଳିବ। ଶୀଘ୍ର ବଣ୍ଟନ କରିବାକୁ ଡିଇଓ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri