ବାତ୍ୟା ‘ରେମଲ’ର ପ୍ରଭାବ: ଆରମ୍ଭ ହେଲାଣି ବର୍ଷା-ପବନ

ଭୁବନେଶ୍ୱର,୨୪।୫: ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା ,ପବନ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲାରେ। ବାତ୍ୟା ‘ରେମଲ’ ଅବପାତର ରୂପ ନେଲାଣି। ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ବାଲେଶ୍ୱର ଜିଲାରେ ବର୍ଷା ପବନ ଆରମ୍ଭ ହୋଇଯାଇଛି । ଅବପାତ ପ୍ରଭାବରେ ଭୋଗରାଇରେ ବର୍ଷା ହେବା ସହ ପବନ ମଧ୍ୟ ହେଉଛି। ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଶନିବାର ସକାଳ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ । ପରେ ୨୬ ତାରିଖ ମଧ୍ୟରାତ୍ରୀ ସୁଦ୍ଧା ବାଂଲାସାଗର ଦ୍ୱୀପ ଓ ଖେପୁପାରା ମଧ୍ୟଦେଇ ବାତ୍ୟା ସ୍ଥଳଭାଗ ଛୁଇଁବ । କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେବା ସହିତ ଏହା ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମ ଦିଗରେ ଏହା ବାଂଲାଦେଶ ଉପକୂଳ ଆଡକୁ ଗତି କରୁଛି । ଏହାର ପ୍ରଭାବ ଦେଖିବାକୁ ମିଳିଛି ।

ସେହିପରି ପୁରୀ ଅସ୍ତରଙ୍ଗରେ ମଧ୍ୟ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଉପକୂଳରେ ଏହାର ପ୍ରଭାବ ନଥିଲେ ମଧ୍ୟ ଅସ୍ତରଙ୍ଗରେ ବର୍ଷା ସାଙ୍ଗକୁ ହାଲକା ପବନ ଆରମ୍ଭ ହୋଇଯାଇଛି । ଏହି ବର୍ଷା ସାଙ୍ଗକୁ କୋହଲା ପାଗରେ ଅସ୍ତରଙ୍ଗରେ ଅସହ୍ୟ ଗରମରୁ ଆଶ୍ୱସ୍ତି ମିଳିଛି । ବାତ୍ୟାର ପ୍ରଭାବରେ ସମୁଦ୍ର ମଧ୍ୟ ଅଶାନ୍ତ ହୋଇଗଲାଣି । ସେପଟେ କେନ୍ଦ୍ରାପଡା ପାଟକୁରାରେ ମଧ୍ୟ ପ୍ରବଳ ବର୍ଷା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?