ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ। ବୁଧବାର ଏଭଳି ଏକ କର୍ତ୍ତବ୍ୟର ସଫଳ ପରିଣାମ ଦେଖିବାକୁ ମିଳିଛି ଗଞ୍ଜାମ ଜିଲାର ଜଗନ୍ନାଥପ୍ରସାଦ ଅଞ୍ଚଳରେ।

ନୂତନ ଭାବେ ଘୋଷିତ ଏହି ଏନ୍‌ଏସି (NAC)ର ମୁଖ୍ୟ ବଜାରରେ ମାସ ମାସ ଧରି ଅଳିଆ-ଆବର୍ଜନା ଗଦା ହୋଇ ପଡ଼ିରହିବା ଯୋଗୁଁ ପରିବେଶ ଦୂଷିତ ହେଉଥିବା ନେଇ ଗତ ଜୁନ୍ ୨୬ ତାରିଖରେ ଲୋକପ୍ରିୟ ଦୈନିକ ଖବରକାଗଜ ‘ଧରିତ୍ରୀ’ରେ ଏକ ବିଶେଷ ଖବର ପ୍ରକାଶ ପାଇଥିଲା।

ଏହି ଖବର ପ୍ରଶାସନର ନିଦ ଭାଙ୍ଗିବାରେ ସଫଳ ହୋଇଛି। ‘ଧରିତ୍ରୀ’ର ଏହି ଖବରକୁ ଗୁରୁତ୍ୱର ସହ ନେଇ ଜଗନ୍ନାଥପ୍ରସାଦ ବ୍ଲକ ତଥା ବର୍ତ୍ତମାନ ଏନ୍‌ଏସିର ଦାୟିତ୍ୱରେ ଥିବା ଉନ୍ନୟନ ଅଧିକାରୀ ମନ୍ମଥ ମଲ୍ଲିକ ବୁଧବାର ମୁଖ୍ୟ ବଜାରରେ ପହଞ୍ଚିଥିଲେ। କେବଳ ନିର୍ଦ୍ଦେଶ ଦେଇ ସେ ବସି ରହିନଥିଲେ, ବରଂ ନିଜେ ଉପସ୍ଥିତ ରହି ସମଗ୍ର ବଜାର ଅଞ୍ଚଳର ସଫେଇ କାର୍ଯ୍ୟର ପ୍ରତ୍ୟକ୍ଷ ତଦାରଖ କରିଥିଲେ।

ଦୀର୍ଘ ଦିନ ଧରି ଜମି ରହିଥିବା ଅଳିଆ-ଆବର୍ଜନାକୁ ସଫେଇ କରାଯିବା ସହ ନିର୍ଦ୍ଦିଷ୍ଟ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା। ଏହା ସହ ସ୍ୱଚ୍ଛତା ବ୍ୟବସ୍ଥା ଯେପରି ଆଗାମୀ ଦିନରେ ବ୍ୟାହତ ନହୁଏ, ସେଥିପାଇଁ ଉନ୍ନୟନ ଅଧିକାରୀ  ମଲ୍ଲିକ ଏକ ସ୍ଥାୟୀ ରୋଡ୍‌ମ୍ୟାପ୍ ପ୍ରସ୍ତୁତ କରିଛନ୍ତି।

ଏନ୍‌ଏସିର ସଫେଇ ଟେଣ୍ଡର ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ବଜାରର ସ୍ୱଚ୍ଛତା କାର୍ଯ୍ୟ ବନ୍ଦ ହେବ ନାହିଁ। ଜନସାଧାରଣ ଓ ବ୍ୟବସାୟୀମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଅସ୍ଥାୟୀ ସଫେଇ କର୍ମଚାରୀଙ୍କ ମାଧ୍ୟମରେ ପ୍ରତିଦିନ ସଫେଇ କାର୍ଯ୍ୟ ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି।

‘ଧରିତ୍ରୀ’ର ଜନହିତକର ସାମ୍ବାଦିକତା ଏବଂ ପ୍ରଶାସନର ତ୍ୱରିତ ଓ ସକାରାତ୍ମକ ପଦକ୍ଷେପ ଯୋଗୁଁ ସ୍ଥାନୀୟ ବ୍ୟବସାୟୀ ଓ ଜନସାଧାରଣଙ୍କ ମଧ୍ୟରେ ଖୁସିର ଲହରୀ ଦେଖିବାକୁ ମିଳିଛି। ଏହି ପଦକ୍ଷେପକୁ ସମସ୍ତେ ସ୍ୱାଗତ କରିବା ସହ ‘ଧରିତ୍ରୀ’ର ଜନସ୍ୱାର୍ଥମୂଳକ ସାମ୍ବାଦିକତାକୁ ପ୍ରଶଂସା କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?