ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର ମଧ୍ୟଭାଗରେ କେସିଙ୍ଗାସ୍ଥିତ କୁର୍ଲୁପାଡା ଗ୍ରାମର ୧୫୦ ଜଣ ଚାଷୀଙ୍କ ୧୮୦ ଏକର ଜମିରେ ପେପର ମିଲ୍ ନିର୍ମାଣ ପାଇଁ ୧୯୮୩-୮୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଦ୍ୱାରା ପେପର ମିଲ୍ ଓ କୋଣାର୍କ ସୂତା କଳର ଉଦ୍‌ଘାଟନ କରାଯାଇଥିବା ଉଲ୍ଲେଖ କରାଯାଇଥିଲା।

ପେପର ମିଲ୍ ପାଇଁ ଚାଷୀମାନଙ୍କଠାରୁ ଜମି ଅଧିଗ୍ରହଣ କରାଯାଇଥିଲେ ମଧ୍ୟ ଆଜକୁ ୪୨ ବର୍ଷ ବିତିଯାଇଛି। କିନ୍ତୁ ପେପର ମିଲ୍ ନିର୍ମାଣ ହୋଇପାରି ନ ଥିବାରୁ ଜମି ହରାଇଥିବା ଚାଷୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇ ହଇରାଣ ହେଉଛନ୍ତି। ସେହିପରି କୋଣାର୍କ ସୂତା କଳର ଅବସ୍ଥା ମଧ୍ୟ ଖବରରେ ପ୍ରକାଶ ପାଇଥିଲା।

ଏହି ଖବରଟି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ର ଗ୍ରୁପ୍‌ରେ ମଧ୍ୟ ପୋଷ୍ଟ କରାଯାଇଥିଲା। ଦୀର୍ଘଦିନର ଏହି ସମସ୍ୟା ପ୍ରତି CMO ଦୃଷ୍ଟି ଦେଇଥିବା ପରେ ଗୁରୁବାର  ଏହି ଏମ୍‌ଏସ୍‌ଏମ୍‌ଇ ପାର୍କକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦ୍‌ଘାଟନ କରାଯିବାକୁ ଥିବା ସୂଚନା ମିଳିଛି। ଏଥିପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଚାଲିଥିବା ଦେଖି ଜମି ହରାଇଥିବା ଚାଷୀ ଓ ଅଞ୍ଚଳବାସୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

୧୯୮୩-୮୪ ମସିହାରେ ଶୁଭାରମ୍ଭ ହୋଇଥିବା ପେପର ମିଲ୍ ପ୍ରକଳ୍ପ ଆଜି ପର୍ଯ୍ୟନ୍ତ ବାସ୍ତବ ରୂପ ନେଇପାରି ନାହିଁ। ଫଳରେ ୧୫୦ ଜଣ ଚାଷୀ ସେମାନଙ୍କର ୧୮୦ ଏକର ଜମି ହରାଇ ନିରାଶାରେ ଦିନ କାଟୁଛନ୍ତି। ପରବର୍ତ୍ତୀ ସମୟରେ ବିଜେଡି ସରକାରଙ୍କ ଶାସନକାଳରେ ଏହି ଜମିରେ ୧୨ କୋଟି ଟଙ୍କା ବ୍ୟୟରେ ଏମ୍‌ଏସ୍‌ଏମ୍‌ଇ ପାର୍କ ନିର୍ମାଣ ପାଇଁ ବାଡ଼, ଡ୍ରେନ୍ ଓ ରାସ୍ତା ନିର୍ମାଣ କାମ ସମ୍ପୂର୍ଣ୍ଣ କରାଯାଇଥିଲା। ତେବେ ତିନି ବର୍ଷ ବିତିଯାଇଥିଲେ ମଧ୍ୟ ପ୍ରକଳ୍ପଟି ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ି ରହିଛି।

ଯଦି ଆସନ୍ତାକାଲି ଏହି ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ ହୁଏ, ତେବେ ଜମି ହରାଇଥିବା ଚାଷୀ ଓ ଉଦ୍ୟୋଗୀମାନଙ୍କ ମନରେ ନୂଆ ଆଶା ଓ ଖୁସି ସୃଷ୍ଟି ହେବ ବୋଲି ଜନସାଧାରଣଙ୍କ ମଧ୍ୟରେ ଆଶା ପ୍ରକାଶ ପାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?