ସାମାଜିକ ଗଣମାଧ୍ୟମର ପ୍ରଭାବ: ଅସହାୟକୁ ଉଦ୍ଧାର କଲା ପୋଲିସ ପ୍ରଶାସନ

ହିଞ୍ଜିଳିକାଟୁ ୪।୯(ଡି.ଏନ.ଏ.): ହିଞ୍ଜିଳିକାଟୁ ବସ ଟର୍ମିନାଲ ପରିସରରେ ରବିବାର ଜଣେ ବୟସ୍କ ବ୍ୟକ୍ତି ଶନିବାର ରାତିରୁ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ନିଶ୍ଚଳ ହୋଇ ପଡି ରହିଥିଲେ। ଏ ନେଇ ସୋସିଆଲ ମିଡିଆରେ ଫଟୋ ଭାଇରଲ ହେବା ସହ ଚିକିତ୍ସା ନିମନ୍ତେ ଦାବି ହୋଇଥିଲା। ସୋସିଆଲ ମିଡିଆରେ ପ୍ରଚାରିତ ଏହି ଖବର ପରେ ହିଞ୍ଜିଳି ପୋଲିସ ତତ୍ପର ଦେଖାଇଥିଲେ। ଉକ୍ତ ବୟସ୍କ ବ୍ୟକ୍ତିଙ୍କୁ ଥାନା ଅଧିକାରୀ ଅଭିମନ୍ୟୁ ଦାସଙ୍କ ନେତୃତ୍ୱରେ ସରୋଜ କୁମାର ରଣସିଂ ଓ ପୋଲିସ ଟିମ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତି କରାଇଥିଲେ। ପରେ ଉକ୍ତ ବ୍ୟକ୍ତି ଜଣକ ଶେରଗଡ ବ୍ଳକ ଧନନ୍ତର ପଞ୍ଚାୟତ କେ. ନୂଆଗଡ ଗ୍ରାମର କାଶୀନାଥ ମଲ୍ଲିକ ବୋଲି ପରିଚୟ ମିଳିଥିଲା। ପରିବାର ଲୋକଙ୍କ ସହଯୋଗ ଅଭାବରୁ ସେ ଘର ଛାଡ଼ିଥିବା କହିଛନ୍ତି। ପୋଲିସ ପକ୍ଷରୁ ତାଙ୍କ ପରିବାରକୁ ଖବର ପଠାଯିବା ସହ ତାଙ୍କର ଚିକିତ୍ସା ନିମନ୍ତେ ସବୁ ପ୍ରକାର ସହଯୋଗ କରାଯାଇଥିଲା। ସାମାଜିକ କର୍ମୀଙ୍କ ସହଯୋଗ ଓ ପୋଲିସର ଏହି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri