ସାମାଜିକ ଗଣମାଧ୍ୟମର ପ୍ରଭାବ: ଅସହାୟକୁ ଉଦ୍ଧାର କଲା ପୋଲିସ ପ୍ରଶାସନ

ହିଞ୍ଜିଳିକାଟୁ ୪।୯(ଡି.ଏନ.ଏ.): ହିଞ୍ଜିଳିକାଟୁ ବସ ଟର୍ମିନାଲ ପରିସରରେ ରବିବାର ଜଣେ ବୟସ୍କ ବ୍ୟକ୍ତି ଶନିବାର ରାତିରୁ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯିବାରୁ ନିଶ୍ଚଳ ହୋଇ ପଡି ରହିଥିଲେ। ଏ ନେଇ ସୋସିଆଲ ମିଡିଆରେ ଫଟୋ ଭାଇରଲ ହେବା ସହ ଚିକିତ୍ସା ନିମନ୍ତେ ଦାବି ହୋଇଥିଲା। ସୋସିଆଲ ମିଡିଆରେ ପ୍ରଚାରିତ ଏହି ଖବର ପରେ ହିଞ୍ଜିଳି ପୋଲିସ ତତ୍ପର ଦେଖାଇଥିଲେ। ଉକ୍ତ ବୟସ୍କ ବ୍ୟକ୍ତିଙ୍କୁ ଥାନା ଅଧିକାରୀ ଅଭିମନ୍ୟୁ ଦାସଙ୍କ ନେତୃତ୍ୱରେ ସରୋଜ କୁମାର ରଣସିଂ ଓ ପୋଲିସ ଟିମ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତି କରାଇଥିଲେ। ପରେ ଉକ୍ତ ବ୍ୟକ୍ତି ଜଣକ ଶେରଗଡ ବ୍ଳକ ଧନନ୍ତର ପଞ୍ଚାୟତ କେ. ନୂଆଗଡ ଗ୍ରାମର କାଶୀନାଥ ମଲ୍ଲିକ ବୋଲି ପରିଚୟ ମିଳିଥିଲା। ପରିବାର ଲୋକଙ୍କ ସହଯୋଗ ଅଭାବରୁ ସେ ଘର ଛାଡ଼ିଥିବା କହିଛନ୍ତି। ପୋଲିସ ପକ୍ଷରୁ ତାଙ୍କ ପରିବାରକୁ ଖବର ପଠାଯିବା ସହ ତାଙ୍କର ଚିକିତ୍ସା ନିମନ୍ତେ ସବୁ ପ୍ରକାର ସହଯୋଗ କରାଯାଇଥିଲା। ସାମାଜିକ କର୍ମୀଙ୍କ ସହଯୋଗ ଓ ପୋଲିସର ଏହି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri