ତୁମୁଡିବନ୍ଧରେ ବନ୍ଦ ପ୍ରଭାବ: ଜନଜୀବନ ପ୍ରଭାବିତ

ତୁମୁଡିବନ୍ଧ,୧୭।୭(ଦୀପକ କୁମାର ପରାସେଠ):ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ପ୍ରଦାନ ଦାବିରେ ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତିଙ୍କ ବନ୍ଦ ଡାକରାରେ କନ୍ଧମାଳ ଜିଲା ତୁମୁଡିବନ୍ଧ ପୁରା ବନ୍ଦ ଥିବା ଆଜି ଗୁରୁବାର ଦେଖିବାକୁ ମିଳିଛି। ତୁମୁଡିବନ୍ଧ ବ୍ଳକ କଂଗ୍ରେସ କମିଟିର କର୍ମୀମାନେ ପୂର୍ବାହ୍ନ ୬ଘଣ୍ଟା ସମୟରେ ତୁମୁଡିବନ୍ଧ ଆମ୍ବେଦକର ଛକଠାରେ ଏକତ୍ରିତ ହୋଇ ଗୋପାଳପୁରଠାରୁ ରାୟପୁରକୁ ସଂଯୋଗ କରୁଥିବା ୫୯ନମ୍ବର ଜାତୀୟ ରାଜପଥ ଏବଂ ତୁମୁଡିବନ୍ଧଠାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୫ନମ୍ବର ରାଜ୍ୟ ରାଜପଥକୁ ଷ୍ଟଫ ପୋଷ୍ଟ,କାଠ ଓ ପଥର ପକାଇ ରାସ୍ତା ଅବରୋଧ କରିଛନ୍ତି।
ଏହା ସହିତ କର୍ମୀମାନେ ତୁମୁଡିବନ୍ଧର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡିକୁ ପିକେଟିଂ କରି ବନ୍ଦ କରିଥିଲେ। ଫଳରେ ଦୋକାନ ବଜାର ସହିତ ସ୍କୁଲ ,କଲେଜ,ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଗୁଡ଼ିକ ବନ୍ଦ ରହିଛି। ଆମ୍ବେଦକର ଛକର ତିନି ପାର୍ଶ୍ୱରେ ଦୁଇଚକିଆ ଯାନଠାରୁ ଆରମ୍ଭ କରି ଭାରୀଯାନ ଗୁଡ଼ିକ ମଧ୍ୟ ଅଟକି ରହିଥିବା ଦେଖିବାକୁ ମିଳିଛି। ବନ୍ଦ ଫଳରେ ଜନଜୀବନ ପ୍ରଭାବିତ ହୋଇଛନ୍ତି।

ଏହି ବନ୍ଦ ଡାକରାକୁ ନେଇ ପ୍ରଦେଶ କଂଗ୍ରେସ କମିଟିର ସଦସ୍ୟ ରାମକୃଷ୍ଣ ପାଢ଼ୀ କହିଛନ୍ତି, ମୋହନ ସରକାର ମହିଳା ମାନଙ୍କୁ ସୁରକ୍ଷା ଦେବାରେ ପୁରା ବିଫଳ। ଏଫଏମ କଲେଜରେ ପଢ଼ୁଥିବା ମେଧାବୀ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ଜଣେ ଅଧ୍ୟାପକ ମାନସିକ ନିର୍ଯାତନା ଦେବା ବିଷୟରେ କଲେଜ କର୍ତ୍ତୃପକ୍ଷଙ୍କଠାରୁ ଆରମ୍ଭ କରି ଏମ୍‌ପି ,ବିଭାଗୀୟ ମନ୍ତ୍ରୀ,ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀଙ୍କୁ ନ୍ୟାୟ ପାଇବା ପାଇଁ ପିଡ଼ିତା ଜଣାଇବା ପରେ ମଧ୍ୟ ବିଫଳ ହେବା ଏବଂ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପେଟ୍ରୋଲ ଢାଳି ହୋଇ ଆତ୍ମହୁତି ଦେବା ଘଟଣା ସୁଚାଉଛି ଯେ, ଆଇନ ବ୍ୟବସ୍ଥା ସମ୍ପୂର୍ଣ୍ଣ ସ୍ଥାଣୁ ହୋଇଛି ଏବଂ ସୁରକ୍ଷା ଦେବାରେ ସରକାର ବିଫଳ ହୋଇଛନ୍ତି। ତେଣୁ ସୌମ୍ୟାଶ୍ରୀଙ୍କୁ ଉଚିତ ନ୍ୟାୟ ଦିଆଯାଉ ବୋଲି ଦାବି କରିଛନ୍ତି। ତୁମୁଡିବନ୍ଧ ବ୍ଳକ କଂଗ୍ରେସ ସଭାପତି ଗିରିଶ ଚନ୍ଦ୍ର ପରାସେଠ,ପ୍ରଦେଶ କଂଗ୍ରେସ ଏସସି ମୋର୍ଚ୍ଚାର ଅଧ୍ୟକ୍ଷ ହୀରସିଂ ମଣ୍ଡଳ, ପ୍ରଦେଶ କଂଗ୍ରସେ କମିଟି ସଦସ୍ୟ ରାମକୃଷ୍ଣ ପାଢ଼ୀ, ଜିଲା ଉପସଭାପତି ଶ୍ୟାମସୁନ୍ଦର ବଡସେଠ, କୋଷାଧ୍ୟକ୍ଷ ଉପେନ୍ଦ୍ର ମହାପାତ୍ର,ତୁମୁଡିବନ୍ଧ ପଂଚାୟତ ସଭାପତି ଧ୍ରୁବେନ୍ଦ୍ର ନାୟକ, ବଙ୍ଗାଳି ବଡସେଠ ଓ ତୁମୁଡିବନ୍ଧ ବ୍ଳକର ସମସ୍ତ କର୍ମୀମାନେ ଉପସ୍ଥିତ ଥିଲେ। ସୁରକ୍ଷା ଦୃଷ୍ଟିରୁ ତୁମୁଡିବନ୍ଧ ପୋଲିସ ରାସ୍ତାରୋକୋ ସ୍ଥାନରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri