କେନ୍ଦୁଝରରେ ଯୁଦ୍ଧର ପ୍ରଭାବ: ଗ୍ୟାସ୍‌ ପାଇଁ ରାସ୍ତାରୋକୋ କଲେ ଲୋକେ

କେନ୍ଦୁଝର,୧୩।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଗ୍ୟାସ୍‌ର ଅଭାବକୁ ନେଇ ଶୁକ୍ରବାର କେନ୍ଦୁଝର ସହର ଧାଙ୍ଗଡ ପଡ଼ାରେ ଲୋକେ ରାସ୍ତାରୋକୋ କରିଛନ୍ତି। ବୁକିଙ୍ଗ୍‌ କରି ଦୀର୍ଘ ଦିନ ଧରି ଗ୍ୟାସ ମିଳୁ ନ ଥିବା ଏବଂ ହୋମ ଡେଲିଭରି ଠିକ୍‌ ଭାବରେ ହେଉ ନ ଥିବାରୁ ଦେଖାଦେଉଥିବା ଅଭାବକୁ ନେଇ ଅସନ୍ତୋଷ ଲାଗି ରହିଥିଲା। ଯୁଦ୍ଧ ସରୁ ନ ଥିବାରୁ ଗ୍ୟାସ୍‌ ମିଳିବ ନାହିଁ ବୋଲି ଲୋକଙ୍କ ମଧ୍ୟରେ ସନ୍ଦେହ ସୃଷ୍ଟି ହେଉଛି। ଏହାକୁ ନେଇ ଲୋକମାନଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ଏଣୁ ଗ୍ୟାସ୍‌ ମିଳିବାରେ ବହୁ ବିଳମ୍ବ ହେଉଥିବାରୁ ଲୋକଙ୍କ ମଧ୍ୟରେ ଦେଖାଦେଉଥିବା ପୁଞ୍ଜିଭୂତ ଅସନ୍ତୋଷ ଆଜି ଉଗ୍ର ରୂପ ନେଇଥିଲା। ଉପଭୋକ୍ତାମାନେ ଆଜି ରାସ୍ତା ଅବରୋଧ କରି ପ୍ରତିବାଦ ଜଣାଇଥିଲେ। ଖବରପାଇ ଟାଉନ ଥାନା ପୋଲିସ ତୁରନ୍ତ ପହଞ୍ଚିି ଲୋକଙ୍କ ସହିତ ଆଲୋଚନା ପରେ କିଛି ସମୟ ପରେ ରାସ୍ତା ଅବରୋଧ ହଟିଥିଲା। ଆଜି ସକାଳେ ଗ୍ୟାସ୍‌ ପ୍ରଦାନକାରୀ ସଂସ୍ଥାର ଅଫିସ ଆଗରେ ଉପଭେକ୍ତାମାନେ ସିଲିଣ୍ଡର ଧରି ପ୍ରତିବାଦ କରିବା ପରେ କେହି ନ ଶୁଣିବାରୁ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବାକୁ ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି। କମ୍‌ ସମୟ ରାସ୍ତା ଅବରୋଧ ହୋଇଥିଲା। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ଅବରୋଧ ହଟିଥିଲା ବୋଲି ଥାନା ଅଧିକାରୀ ଶ୍ରୀକାନ୍ତ ସାହୁ କହିଛନ୍ତି। ତେବେ ଗ୍ୟାସ୍‌ ଅଫିସରେ ଲୋକଙ୍କ ଭିଡ ଲାଗିରହିଥିବାବେଳେ ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri