ଯୁଦ୍ଧର ପ୍ରଭାବ: ଭାରତର ଏକ ଲକ୍ଷ କୋଟି ରାଜସ୍ବ କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଯୋଗୁ ଭାରତ ଉପରେ ବଡ଼ ଧରଣର ପ୍ରଭାବ ଅନୁଭୁତ ହେବାର ଆଶଙ୍କା ରହିଛି। ଯୁଦ୍ଧ ଯୋଗୁ ଦେଶର ଅର୍ଥନେତିକ ସ୍ଥିତି ବିଗିଡ଼ିବାର ଆଶଙ୍କା ଅଛି। ବିଶେଷଜ୍ଞମାନେ କହିଛନ୍ତି ଯେ ଯୁଦ୍ଧ ଯୋଗୁ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାରରୁ ଅଧିକ ହୋଇଛି। ଏଭଳି ପରିସ୍ଥିତିରେ ଭାରତ ପ୍ରାୟ ୧ ଲକ୍ଷ କୋଟି ଟଙ୍କା କ୍ଷତି ସହିବାର ଆଶଙ୍କା ଦେଖାଦେଇଛି।

ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ)ର ରିପୋର୍ଟ ଅନୁଯାୟୀ, ଅଶୋଧିତ ତୈଳର ବୃହତ ଲମ୍ଫ ଯୋଗୁଁ ୨୦୨୨-୨୩ ଆର୍ଥିକ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଜସ୍ବରେ ୯୫ ହଜାର କୋଟିରୁ ଏକ ଲକ୍ଷ କୋଟି ଟଙ୍କା ପର୍ଯ୍ୟନ୍ତ କ୍ଷତି ହୋଇପାରେ। ତେଲର ମୂଲ୍ୟ ବଢ଼ିବା ଦ୍ୱାରା ଘରୋଇ ମୁଦ୍ରାସ୍ଫୀତିର ବୃଦ୍ଧି ହେବାର ଆଶଙ୍କା ଅଛି ।

ଜାପାନର ରିସର୍ଚ୍ଚ କମ୍ପାନୀ ନୋମୁରା ଦାବି କରିଛି ଯେ ରୁଷିଆ-ୟୁକ୍ରେନ ସଙ୍କଟ ଯୋଗୁଁ ଏସିଆରେ ଭାରତ ଅଧିକ କ୍ଷତିଗ୍ରସ୍ତ ହେବାର ଆଶଙ୍କା ରହିଛି। ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଗ୍ରୁପ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ସୋମ୍ୟକାନ୍ତ ଘୋଷଙ୍କ ରିପୋର୍ଟ ଅନୁଯାୟୀ, ନଭେମ୍ବର ୨୦୨୧ ପରଠାରୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି। ତେବେ ଭାରତ ସରକାର ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ଏହାର ମୂଲ୍ୟକୁ ନିୟନ୍ତ୍ରଣରେ ରଖିଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଯଦି ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୧୦୦ ରୁ ୧୧୦ ଡଲାର ମଧ୍ୟରେ ରୁହେ ତେବେ ଭାଟ ପରିବର୍ତ୍ତିିତ ଢ଼ାଞ୍ଚା ଅନୁଯାୟୀ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବର୍ତ୍ତମାନ ତୁଳନାରେ ଲିଟର ପିଛା ୯ ରୁ ୧୪ ଟଙ୍କା ପର୍ଯ୍ୟନ୍ତ ବଢ଼ିଯିବ। ଅପରପକ୍ଷରେ, ଯଦି ସରକାର ଏକ୍ସାଇଜ ଟ୍ୟାକ୍ସ ହ୍ରାସ କରି ମୂଲ୍ୟ ବୃଦ୍ଧିକୁ ବନ୍ଦ କରନ୍ତି, ତେବେ ସରକାରଙ୍କୁ ପ୍ରତି ମାସରେ ପ୍ରାୟ ୮ ହଜାର କୋଟି ଟଙ୍କାର ରାଜସ୍ବ କ୍ଷତି ସହିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri