ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା

ଭୁବନେଶ୍ବର, ୯ା୮(ବ୍ୟୁରୋ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଶେଷ କରି ଦିଲ୍ଲୀ ଫେରିଯାଇଛନ୍ତି। ହେଲେ ତାଙ୍କ ଗସ୍ତକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଆରମ୍ଭ ହୋଇଯାଇଛି ରାଜନୀତି। ଶାହାଙ୍କୁ ବିମାନବନ୍ଦରରେ ସ୍ବାଗତ କରିବା ଲାଗି ରାଜ୍ୟ ସରକାରଙ୍କ କୌଣସି ପ୍ରତିନିଧି ନ ରହିବା ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ କଡା ସମାଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ପତ୍ର ଲେଖି ଏ ସମ୍ପର୍କରେ ଅବଗତ ମଧ୍ୟ କରାଇଛନ୍ତି। ବିଜେଡି କିନ୍ତୁ ଅପରାଜିତାଙ୍କ ପ୍ରତିକ୍ରିୟା ଉପରେ ପାଲଟା ଜବାବ୍‌ ରଖି ଗଣମାଧ୍ୟମ ଆଗରେ ଚର୍ଚ୍ଚାରେ ରହିବାକୁ ସେ ଏଭଳି ମତ ଦେଇଥିବା କହିଛି।
ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଅପରାଜିତା କହିଛନ୍ତି ଯେ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସ୍ବାଗତ କରିବାକୁ ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ କିମ୍ବା ବରିଷ୍ଠ ପ୍ରଶାସନିକ ତଥା ପୋଲିସ୍‌ ଅଧିକାରୀ ବିମାନବନ୍ଦରକୁ ଗଲେ ନାହିଁ। ଏହା ପ୍ରୋଟକଲର ସମ୍ପୂର୍ଣ୍ଣ ଉଲ୍ଲଙ୍ଘନ ବୋଲି ସେ କହିଛନ୍ତି। ଏନେଇ ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ଅପରାଜିତା ଏଭଳି ମନ୍ତବ୍ୟ ଦେଇ ଏକ ପ୍ରକାର ରାଜନୈତିକ ଦ୍ୱନ୍ଦ୍ୱ ସୃଷ୍ଟି କରିବାକୁ ଚାହୁଁଛନ୍ତି। ଯାହାଦ୍ୱାରା ସେ ଗଣମାଧ୍ୟମରେ ଚର୍ଚ୍ଚାରେ ରହି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ପ୍ରୋଟୋକଲ କେବଳ ତାଙ୍କ ମନ୍ତ୍ରଣାଳୟ ଅନୁମତି ପରେ ବଢାଇ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ରାଜ୍ୟରେ ବଢ଼ିଚାଲିଛି ପ୍ରଦୂଷଣ ମାତ୍ରା, ଲୋକେ ଅଣନିଃଶ୍ୱାସୀ

ଭୁବନେଶ୍ୱର,୨୯ା୧୨(ରବିନାରାୟଣ ଜେନା): ରାଜ୍ୟରେ ପ୍ରଦୂଷଣ ମାତ୍ରା ଦିନକୁ ଦିନ ବଢ଼ିଚାଲିଛି। ଏହାକୁ ନେଇ ଜନସାଧାରଣ ଏବେ ବହୁବିଧ ସମସ୍ୟାରେ ପଡ଼ିଲେଣି। କେଉଁଠି ଯକ୍ଷ୍ମା ଭଳି ରୋଗ...

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri