ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା

ଭୁବନେଶ୍ବର, ୯ା୮(ବ୍ୟୁରୋ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡିଶା ଗସ୍ତ କାର୍ଯ୍ୟକ୍ରମ ଶେଷ କରି ଦିଲ୍ଲୀ ଫେରିଯାଇଛନ୍ତି। ହେଲେ ତାଙ୍କ ଗସ୍ତକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଆରମ୍ଭ ହୋଇଯାଇଛି ରାଜନୀତି। ଶାହାଙ୍କୁ ବିମାନବନ୍ଦରରେ ସ୍ବାଗତ କରିବା ଲାଗି ରାଜ୍ୟ ସରକାରଙ୍କ କୌଣସି ପ୍ରତିନିଧି ନ ରହିବା ନେଇ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ କଡା ସମାଲୋଚନା କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ପତ୍ର ଲେଖି ଏ ସମ୍ପର୍କରେ ଅବଗତ ମଧ୍ୟ କରାଇଛନ୍ତି। ବିଜେଡି କିନ୍ତୁ ଅପରାଜିତାଙ୍କ ପ୍ରତିକ୍ରିୟା ଉପରେ ପାଲଟା ଜବାବ୍‌ ରଖି ଗଣମାଧ୍ୟମ ଆଗରେ ଚର୍ଚ୍ଚାରେ ରହିବାକୁ ସେ ଏଭଳି ମତ ଦେଇଥିବା କହିଛି।
ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଅପରାଜିତା କହିଛନ୍ତି ଯେ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସ୍ବାଗତ କରିବାକୁ ରାଜ୍ୟର ଗୃହ ରାଷ୍ଟ୍ର ମନ୍ତ୍ରୀ କିମ୍ବା ବରିଷ୍ଠ ପ୍ରଶାସନିକ ତଥା ପୋଲିସ୍‌ ଅଧିକାରୀ ବିମାନବନ୍ଦରକୁ ଗଲେ ନାହିଁ। ଏହା ପ୍ରୋଟକଲର ସମ୍ପୂର୍ଣ୍ଣ ଉଲ୍ଲଙ୍ଘନ ବୋଲି ସେ କହିଛନ୍ତି। ଏନେଇ ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ଅପରାଜିତା ଏଭଳି ମନ୍ତବ୍ୟ ଦେଇ ଏକ ପ୍ରକାର ରାଜନୈତିକ ଦ୍ୱନ୍ଦ୍ୱ ସୃଷ୍ଟି କରିବାକୁ ଚାହୁଁଛନ୍ତି। ଯାହାଦ୍ୱାରା ସେ ଗଣମାଧ୍ୟମରେ ଚର୍ଚ୍ଚାରେ ରହି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ପ୍ରୋଟୋକଲ କେବଳ ତାଙ୍କ ମନ୍ତ୍ରଣାଳୟ ଅନୁମତି ପରେ ବଢାଇ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri