ଭୁଟାନ୍‌ ରାଜାଙ୍କୁ ଭେଟିଲେ ଇମ୍ଫା ଏମ୍‌ଡି

ଭୁବନେଶ୍ୱର,୧।୧1(ଅନୁରାଧା ମହାରଣା): ଫିକି ସଭାପତି ତଥା ଇମ୍ଫାର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଶୁଭ୍ରକାନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ବ୍ୟବସାୟିକ ପ୍ରତିନିଧି ଦଳ ଗତ ସପ୍ତାହ ଭୁଟାନ ଗସ୍ତ କରିଛନ୍ତି। ଏହି ପ୍ରତିନିଧି ଦଳ ଭୁଟାନ ଚାମ୍ବର ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭୁଟାନର ରାଜା ଜିଗମେ ଖେସର ନାମଗେଲ ୱାଙ୍ଗଚୁକ୍‌ ଏବଂ ପ୍ରଧାନମନ୍ତ୍ରୀ ଡ. ଲୋଟେ ଶେରିଙ୍ଗ୍‌ଙ୍କ ସହିତ ଭୁଟାନ ରାଜକୀୟ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ପ୍ରମୁଖ ଶିଳ୍ପପତିଙ୍କୁ ସାକ୍ଷାତ କରିଛନ୍ତି। ଏ ଅବସରରେ ବିଭିନ୍ନ ବ୍ୟବସାୟିକ ଦିଗ ଉପରେ ଆଲୋଚନା କରାଯାଇଛି। ଏହାସହିତ ରାଷ୍ଟ୍ରଦୂତ ସୁଧାକର ଡାଲେଲା ଥିମ୍ପୁଠାରେ ଅବସ୍ଥିତ ଭାରତୀୟ ଦୂତାବାସରେ ଉକ୍ତ ପ୍ରତିନିଧି ଦଳକୁ ଭବ୍ୟ ସ୍ବାଗତ କରିଥିଲେ। ଏହି ଗସ୍ତ ଅବସରରେ ପଣ୍ଡା କହିଛନ୍ତି ଯେ, ଭାରତର ନିକଟତମ ପଡ଼ୋଶୀ ରାଷ୍ଟ୍ର ମଧ୍ୟରୁ ଭୁଟାନ ଅନ୍ୟତମ ପ୍ରମୁଖ ସହଯୋଗୀ ରାଷ୍ଟ୍ର ଓ ଫିକି ପକ୍ଷରୁ ବିଶେଷ ଭାବେ ଘରୋଇ କ୍ଷେତ୍ରରେ ଅଧିକରୁ ଅଧିକ ବିଜ୍‌ନେସ୍‌ ଟୁ ବିଜ୍‌ନେସ୍‌ ଏନ୍‌ଗେଜ୍‌ମେଣ୍ଟ ପାଇଁ ସହାୟତା ଯୋଗାଇ ଦିଆଯିବ। ଅନ୍ୟମାନଙ୍କ ମଧ୍ୟରେ ଏହି ପ୍ରତିନିଧି ଦଳରେ ଫିକିର ଉପସଭାପତି ହର୍ଷବର୍ଦ୍ଧନ ଅଗ୍ରୱାଲ ଏବଂ ସାଧାରଣ ସମ୍ପାଦକ ଶୈଲେଶ ପାଠକ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?