ସ୍ବତଃ ତାଲିକା ବ୍ୟବସ୍ଥା ଲାଗୁ କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୬ା୯: ଓଡ଼ିଶା ହାଇକୋର୍ଟରେ ମାମଲାଗୁଡ଼ିକର ସ୍ବତଃ ତାଲିକାଭୁକ୍ତ(ଅଟୋ ଲିଷ୍ଟିଂ) ପଦ୍ଧତି ଆପଣାଇବାକୁ ସୁପ୍ରିମକୋର୍ଟ ସୋମବାର ପ୍ରସ୍ତାବ ଦେଇଛନ୍ତି। ବିଚାରପତି ଏମ୍‌.ଆର୍‌. ଶାହା ଏବଂ କ୍ରିଷ୍ଣା ମୁରାରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ମାମଲାର ତାଲିକା(ଲିଷ୍ଟିଂ) ବ୍ୟବସ୍ଥାକୁ ତ୍ୱରିତ ଭିତ୍ତିରେ ଗ୍ରହଣ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏପରି କି କୌଣସି ଏକ ମାମଲା ରୁଜୁ ହେବା ପରେ ତାହା ଯେପରି ୭ ରୁ ୧୦ଦିନ ମଧ୍ୟରେ ସ୍ବତଃଭାବେ ଉପଯୁକ୍ତ କୋର୍ଟ ନିକଟରେ ତାଲିକାଭୁକ୍ତ ହୋଇପାରିବ ସେନେଇ ଅଟୋ ଲିଷ୍ଟିଂ ବ୍ୟବସ୍ଥାକୁ ଆପଣାଇବାକୁ ଖଣ୍ଡପୀଠ କହିଛନ୍ତି।
ଆବେଦନକାରୀ ସୌରଭ ଶେଖର ବେହେରା ତାଙ୍କ ମାମଲାର ଅଗ୍ରଗତି ସମ୍ପର୍କରେ ପ୍ରତି ସପ୍ତାହରେ ତାଲିକାଭୁକ୍ତ କରିବାକୁ ହାଇକୋର୍ଟଙ୍କୁ ନିର୍ଦ୍ଦେଶ ଦେବାକୁ ସର୍ବୋଚ୍ଚ ଅଦାଲତଙ୍କ ନିକଟରେ ପ୍ରାର୍ଥନା କରିଥିଲେ। ଉକ୍ତ ଆବେଦନର ଶୁଣାଣି ସମୟରେ ସର୍ବୋଚ୍ଚ ଅଦାଲତ ଜାଣିବାକୁ ପାଇଥିଲେ ଯେ, ଆବେଦନକାରୀ ହାଇକୋର୍ଟଙ୍କ ନିକଟରେ ଏକ ରିଟ୍‌ ପିଟିଶନ ଦାଖଲ କରିଛନ୍ତି ଏବଂ ତାହା ଦୀର୍ଘଦିନ ହେବ ବିଚାର ଅପେକ୍ଷାରେ ରହିଥିବାବେଳେ ଶୁଣାଣି ନିମନ୍ତେ ତାଲିକାଭୁକ୍ତ ହେଉ ନ ଥିଲା। ହାଇକୋର୍ଟରେ ଆବେଦନ କରାଯାଉଥିବା ପ୍ରତ୍ୟେକ ଆବେଦନର ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତାଲିକାଭୁକ୍ତ କରାଯିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି। ଆବେଦନକାରୀଙ୍କ ଆବେଦନର ଏକ କିତା ନକଲ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ନିକଟକୁ ପଠାଇବା ସହ ଉକ୍ତ ଆବେଦନକୁ ମୁଖ୍ୟ ବିଚାରପତିଙ୍କ ନିକଟରେ ଶୁଣାଣି କରିବାକୁ ଖଣ୍ଡପୀଠ କହିଛନ୍ତି। ଏଥିସହିତ ମାମଲାକୁ କିପରି ତ୍ୱରିତଭାବେ ତାଲିକାଭୁକ୍ତ କରାଯାଇପାରିବ ସେନେଇ ମୁଖ୍ୟ ବିଚାରପତି ଧ୍ୟାନଦେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri