ପୂର୍ବ ସରକାରଙ୍କ ନିଷ୍ପତ୍ତିକୁ ତୁରନ୍ତ ଲାଗୁ କରାଯାଉ: ଆଉଟ ସୋର୍ସିଂ କର୍ମଚାରୀ ମହାସଂଘର ଚେତାବନୀ

ଛତ୍ରପୁର,୧୮।୩(ଦିଲ୍ଲୀପ ସାମଲ): ଆଉଟ ସୋର୍ସିଂ କର୍ମଚାରୀଙ୍କୁ ସ୍ଥାୟୀ ନିଯୁକ୍ତି, ସମାନ କାମକୁ ଦରମା, ଛଟେଇ ପ୍ରକ୍ରିୟାକୁ ବନ୍ଦ କରିବା ସହ ପୂର୍ବ ସରକାରଙ୍କ ନିଷ୍ପତ୍ତି ତୁରନ୍ତ ଲାଗୁ କରିବା ଦାବି ନେଇ ଓଡିଶା ସରକାରୀ ଆଉଟ ସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲ୍ଲା ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସେମାନଙ୍କ ଦାବି ଯଥାଶୀଘ୍ର ପୂରଣ ନ ହେଲେ ଆନ୍ଦୋଳନକୁ ତୀବ୍ରତର କରାଯିବ।

ଏହାସହିତ ଆସନ୍ତା ୨୬ ତାରିଖରୁ ଭୁବନେଶ୍ୱର ଲୋଏର ପିଏମଜି ଅର୍ନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଗତକାଲିଠାରୁ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟରତ ଥିବା ଆଉଟ ସୋର୍ସିଂ କର୍ମଚାରୀମାନେ କଳାବ୍ୟାଜ ପରିଧାନ କରି କାର୍ଯ୍ୟ କରୁଛନ୍ତି, ଏହି ବିକ୍ଷୋଭ ପ୍ରଦର୍ଶନ ବେଳେଓଡିଶା ସରକାରୀ ଆଉଟ ସୋର୍ସିଂ କର୍ମଚାରୀ ମହାସଂଘ ଗଞ୍ଜାମ ଜିଲା ସଭାପତି ବିଜୟ କୁମାର ମଲ୍ଲିକ, ରାଜ୍ୟ ଆବାହକ ପ୍ରତାପ ପ୍ରଧାନ, ପ୍ରଶାନ୍ତ କୁମାର ଗୋଚ୍ଛାଙ୍କ ସମେତ ଶତାଧିକ କର୍ମଚାରୀମାନେ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ଭିଆଇପି ରୋଡ଼ଠାରୁ ଆଉଟ ସୋର୍ସିଂ କର୍ମଚାରୀମାନେ ଏକତ୍ରିତ ହୋଇ ସେମାନଙ୍କ ହକ ନିମନ୍ତେ ଏକ ଶୋଭାଯାତ୍ରା ମାଧ୍ୟମ ରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri