ଏସ୍‌ଓପି, କଣ୍ଟିଜେନ୍ସ ପ୍ଲାନ କାର୍ଯ୍ୟକାରୀ କର

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଝାଡ଼ଖଣ୍ଡ ଦେଓଘର ତ୍ରିକୂଟ ରୋପ୍‌ଓ୍ବେ ଦୁର୍ଘଟଣାରେ ୩ ଜଣଙ୍କର ଜୀବନ ଯାଇଛି । ଏଭଳି ଦୁର୍ଘଟଣାକୁ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ରୋପ୍‌ଓ୍ବେ ପ୍ରକଳ୍ପ ପାଇଁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍‌ଓପି) ଏବଂ ଏକ କଣ୍ଟିଜେନ୍ସି ପ୍ଲାନ (ଜରୁରିକାଳୀନ ଯୋଜନା) ପ୍ରସ୍ତୁତ କରିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଏଭଳି ଦୁର୍ଘଟଣାକୁ ଏଡ଼ାଯାଇ ପାରିବ । ଏ ନେଇ ମଙ୍ଗଳବାର ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି। ରୋପ୍‌ଓ୍ବେ ପ୍ରକଳ୍ପ ଚଳାଇବା ଓ ରକ୍ଷଣାବେକ୍ଷଣ ପାଇଁ ବିଆଇଏସ୍‌ ଷ୍ଟାଣ୍ଡାର୍ଡକୁ ଅନୁସରଣ କରିବାକୁ କୁହାଯାଇଛି। ଏହାକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ସଡ଼କ, ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ଅଧୀନରେ ଥିବା ନୋଡାଲ ସଂସ୍ଥା ଜାତୀୟ ରାଜପଥ ଏବଂ ଭିତ୍ତିଭୂମି ଉନ୍ନୟନ ନିଗମ ( ଏନ୍‌ଏଚଆଇଡିସିଏଲ୍‌) ତତ୍ତ୍ୱାବଧାନରେ ପ୍ରକଳ୍ପ ନିର୍ମାଣ ହେବା ଦରକାର। ପ୍ରତ୍ୟେକ ରୋପ୍‌ଓ୍ବେ ପ୍ରକଳ୍ପ ପାଇଁ ଅଭିଜ୍ଞ ସଂସ୍ଥାକୁ ଦେବା ଦରକାର। ଏଥିସହିତ ରାଜ୍ୟରେ ଥିବା ସମସ୍ତ ରୋପ୍‌ଓ୍ବେ ପ୍ରକଳ୍ପର ସୁରକ୍ଷା ଅଡିଟକୁ ନିଶ୍ଚିତ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ରୋପ୍‌ଓ୍ବେ ପରିଚାଳନା କରୁଥିବା ସଂସ୍ଥା ପାଇଁ ଏହା ବାଧ୍ୟତାମୂଳକ କରିବାକୁ କୁହାଯାଇଛି। ରାଜ୍ୟରେ ଥିବା ସମସ୍ତ ରୋପ୍‌ ଓ୍ବେ ପ୍ରକଳ୍ପର ସମୀକ୍ଷା କରିବା ସହ ଏସ୍‌ଓପି ଏବଂ କଣ୍ଟିଜେନ୍ସ ପ୍ଲାନ କାର୍ଯ୍ୟକାରୀ କରାଯାଉଛି କି ନାହିଁ ତାହା ନିଶ୍ଚିତ କରିବା ଦରକାର। ଜରୁରିକାଳୀନ ପରିସ୍ଥିତିର ମୁକାବିଲା ପାଇଁ ନିୟମିତ ମକ୍‌ଡ୍ରିଲ କରିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ଏସ୍‌ଓପି ଏବଂ କଣ୍ଟିଜେନ୍ସ ପ୍ଲାନ କାର୍ଯ୍ୟକାରୀ ହେଉଛି କି ନାହିଁ ତାହା ତଦାରଖ କରିବାକୁ ଜଣେ ବରିଷ୍ଠ ଅଧିକାରୀଙ୍କୁ ନିଯୁକ୍ତି ଦେବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri