ଆଗାମୀ ବଜେଟରେ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ବୃଦ୍ଧି ପାଇପାରେ

ନୂଆଦିଲ୍ଲୀ,୨୪ା୧: ଆସନ୍ତା ଫେବ୍ରୁଆରି ୧ରୁ ଆରମ୍ଭ ହେବାକୁ ଥିବା ସାଧାରଣ ବଜେଟ ଅଧିବେଶନରେ କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମନ ଲୋକସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଆଗତ କରିବେ। ଦେଶର ଅର୍ଥନୀତି ବର୍ତ୍ତମାନ ସମୟରେ ମାନ୍ଦାବସ୍ଥାରେ ରହିଛି। ବର୍ତ୍ତମାନ ଦେଶ ଏକ କଷ୍ଟକର ସମୟ ଦେଇ ଗତି କରୁଥିବାରୁ ଏହି ବଜେଟର ଗୁରୁତ୍ୱ ବହୁଳ ଭାବରେ ବଢିଯାଇଛି। ଦେଶର ଅର୍ଥନୀତିକୁ ପୁଣି ଥରେ ଫେରାଇ ଆଣିବା ସହ ଅର୍ଥନୀତିର ଅଭିବୃଦ୍ଧିକୁ ପୂର୍ବବସ୍ଥାକୁ ଫେରାଇ ଆଣିବାକୁ ଅର୍ଥମନ୍ତ୍ରୀ କେଉଁ ସବୁ ପଦକ୍ଷେପ ନେଉଛନ୍ତି ତାହା ଉପରେ ଦେଶବାସୀ ଏପରିକି ରାଷ୍ଟ୍ରନିତିଜ୍ଞମାନଙ୍କର ନଜର ରହିଛି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ଅର୍ଥମନ୍ତ୍ରୀ ପ୍ରାୟ ୫୦ ରୁ ଅଧିକ ସାମଗ୍ରୀ ଉପରେ ଆମଦାନୀ ଶୁଳ୍କ ୫ ରୁ୧୦% ପର୍ଯ୍ୟନ୍ତ ବୃଦ୍ଧି କରିପାରନ୍ତି। ସେ ସବୁ ସାମଗ୍ରୀ ମଧ୍ୟରେ ରହିଛି ମୋବାଇଲ ଫୋନ, ଇଲେକ୍ଟ୍ରୋନିକ୍ସ ଓ କମ୍ପ୍ୟୁଟର ସାମଗ୍ରୀ, ଇଲେକ୍ଟ୍ରିକ କାର, ଆସବାବପତ୍ର ଇତ୍ୟାଦି। ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆତ୍ମର୍ନିଭର ଭାରତ ଯୋଜନାକୁ ପ୍ରେତ୍ସାହନ ଦେବାକୁ ର୍ନିମଳା କ’ଣ ସବୁ ପଦକ୍ଷେପ ନେଉଛନ୍ତି ତା ଉପରେ ମଧ୍ୟ ସମସ୍ତଙ୍କର ନଜର ରହିଛି। ସେହିପରି ଏ ସବୁ ସାମଗ୍ରୀ ବିଦେଶରୁ ଆମଦାନୀ କରିବା ବଦଳରେ ଦେଶରେ ଉତ୍ପାଦନ କରିବା ଉପରେ ବେଶ ଗୁରୁତ୍ୱ ଦିଆଯିବ ବୋଲି ସୂଚନା ମିଳିଛି। ଏହି ବଜେଟ ଅଧିବେଶନରେ ଆମଦାନୀ ଶୁଳ୍କ ବଢାଇ ସରକାର ନିଜର ରାଜସ୍ବ ନିଅଣ୍ଟକୁ କମାଇବାକୁ ଉଦ୍ୟମ କରିବେ। ଏହି ପଦକ୍ଷେପ ଦ୍ବାରା ସରକାର ପ୍ରାୟ ୨୧ହଜାର କୋଟି ଟଙ୍କାର ଅତିରିକ୍ତ ରାଜସ୍ବ ଆଦାୟ କରିବାକୁ ଲକ୍ଷ୍ୟ ରଖିଛନ୍ତି। ତେବେ ଏହା ଦ୍ବାରା ଚୀନ, ଜାପାନ ଭଳି ଦେଶର ରପ୍ତାନି ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?