ଭୁବନେଶ୍ୱର, ୧।୬: ରାଜ୍ୟର ପ୍ରମୁଖ ସରକାରୀ ଚିକିତ୍ସାଳୟ ତଥା ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ବା ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ୟୁକୋ ବ୍ୟାଙ୍କର ମିଳିତ ସହଯୋଗରେ ଶୁକ୍ରବାର ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ତମାଖୁ ବର୍ଜନ ଉପରେ ସଚେତନତା ସୃଷ୍ଟି ପାଇଁ ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ତମାଖୁ ବର୍ଜନକରି ଏକ ସୁସ୍ଥ ଜୀବନଶୈଳୀକୁ ଆପଣେଇବା ପାଇଁ ଉପସ୍ଥିତ ସମସ୍ତଙ୍କୁ ଉଭୟ ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଏବଂ ୟୁକୋ ବ୍ୟାଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କ ପକ୍ଷରୁ ଗୃହଋଣ, କାର୍ ଋଣ, ସୁବିଧା ସାଲାରି ଏବଂ ଶିକ୍ଷା ଋଣ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲାବେଳେ ବିଭିନ୍ନ ପ୍ରକାର ବ୍ୟାଙ୍କିଙ୍ଗ୍ ଉପତ୍ାଦ ମଧ୍ୟ ପ୍ରଦର୍ଶିତ ହୋଇଥିଲା। ଅପରପକ୍ଷରେ ୟୁକୋ ବ୍ୟାଙ୍କ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଉପମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଚିନ୍ମୟ କୁମାର ସାହୁ, ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ସୁପରିଣ୍ଟେଣ୍ଡେଣ୍ଟ ପ୍ରଫେସର ଡ. ସୁଧାଂଶୁ ଏସ୍. ମିଶ୍ର, ଆସିଷ୍ଟାଣ୍ଟ ପ୍ରଫେସର ଡ.ଶାଶ୍ୱତୀ ସାହୁଙ୍କ ସମେତ ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଚିକିତ୍ସକ, ଅଧିକାରୀ, କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।
Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…
ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…
ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ
ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…
ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…
ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…
ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ
ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…
ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ
ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…
ବାଇକ୍ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍ଅପ୍ ଭ୍ୟାନ୍; ଚାଲିଗଲା ଆରୋହୀଙ୍କ ଜୀବନ
ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ ଗ୍ରେଡ୍ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…
ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍ (A+)…
ଚୁଟ୍କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…
ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…
Archives

