ପକ୍ଷୀ ସଂରକ୍ଷଣକୁ ଗୁରୁତ୍ୱ

ମଥୁରାନଗରୀ,୧୦।୧(ପ୍ରେମାନନ୍ଦ ଖମାରୀ):ପକ୍ଷୀ ସଂରକ୍ଷଣ ପାଇଁ ଛାତ୍ରାବସ୍ଥାରୁ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ଜନତା ହାଇସ୍କୁଲରେ ବୁଧବାର ଜାତୀୟ ପକ୍ଷୀ ଦିବସ ପାଳିତ ହୋଇଛି। ଏହି ଅବସରରେ ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହୋଇଥିଲା। ବୈଠକରେ ଇକୋ କ୍ଲବ ମାଷ୍ଟର ଟ୍ରେନର ସଞ୍ଜୟ ଖମାରୀ ଜାତୀୟ ପକ୍ଷୀ ଦିବସର ତାତ୍ପର୍ଯ୍ୟ ବିଷୟରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ହାଇସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ‘ପରିସଂସ୍ଥାରେ ପକ୍ଷୀ ଜଗତ’ ଶୀର୍ଷକ ଚିତ୍ରାଙ୍କନ ପ୍ରତିଯୋଗିତା ହୋଇଥିଲା। ଏଥିରେ ମଞ୍ଜୁ ନାୟକ ପ୍ରଥମ, ନୈନାଶ୍ରୀ ପ୍ରଧାନ ଦ୍ୱିତୀୟ ଏବଂ ପ୍ରିୟଦର୍ଶିନୀ ଦେହେରୀ ତୃତୀୟ ହୋଇଥିଲେ। ପ୍ରଧାନ ଶିକ୍ଷକ ପକ୍ଷୀ ସଂରକ୍ଷଣର ଆବଶ୍ୟକତା ବିଷୟରେ ଉଦ୍‌ବୋଧନ ଦେଇଥିଲେ। ଇକୋ କ୍ଲବ ମାଷ୍ଟର ଟ୍ରେନର ଖମାରୀ ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ପକ୍ଷୀମାନଙ୍କ ବାସସ୍ଥାନ, ଖାଦ୍ୟ ସଂଗ୍ରହ, ବସା ନିର୍ମାଣ ଶୈଳୀ, ପକ୍ଷୀମାନଙ୍କ ସୁରକ୍ଷା ସମ୍ବନ୍ଧୀୟ ଅନେକ ତଥ୍ୟ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ, ଶକ୍ତି କ୍ଲବ, ମାନକ କ୍ଲବର ସଦସ୍ୟଙ୍କ ସମେତ ସମସ୍ତ ଛାତ୍ରୀଛାତ୍ର ସକ୍ରିୟ ଅଂଶଗ୍ରହଣ କରିଥିଲେ। ଶିକ୍ଷୟିତ୍ରୀ ଅନୀତା ପ୍ରଧାନ, ଶିକ୍ଷକ ତେଜରାମ ସା, ବୋଧରାମ ବିଶ୍ୱାଳ, ଆଶୁତୋଷ ଭୋଇ, ସୁବାସ ଚନ୍ଦ୍ର ଖମାରୀ, ପଦ୍ମଲୋଚନ ବିଶି, ଅଙ୍କିତ ମହନ୍ତ ପ୍ରମୁଖ ସହଯୋଗ କରିଥିଲେ। ଶିକ୍ଷକ ଶ୍ରୀପତି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ଅବଧି ସରିଲା, ଧାନ ବିକିବାକୁ ଚିନ୍ତାରେ ଚାଷୀ

ସଇଁତଲା,୧୭ା୧(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଧରବଗଡ଼ ପଞ୍ଚାୟତ ଅଞ୍ଚଳର ଚାଷୀମାନେ ଧାନ ବିକ୍ରୟ କରି ନ ପାରି ଚିନ୍ତାରେ ଅଛନ୍ତି। ଅଧିକାଂଶ...

ସୁନାବେଡ଼ାକୁ ବ୍ଲକ୍‌ କରି ମିଛାପାଲିଠାରେ କାର୍ଯ୍ୟାଳୟ ସ୍ଥାପନ ଦାବି

ନୂଆପଡ଼ା,୧୬ା୧(ମକାରୁ ବେମାଲ)-ନୂଆପଡ଼ା ଜିଲା କୋମନା ବ୍ଲକ୍‌କୁ ବିଭାଜନ କରି ସୁନାବେଡ଼ାଠାରେ ନୂତନ ଅନୁନ୍ନତ ଆଦିବାସୀ ପଞ୍ଚାୟତ ସମିତି (ବ୍ଲକ୍‌) ଗଠନକରି ମିଛାପାଲିଠାରେ ଏହାର କାର୍ଯ୍ୟାଳୟ ସ୍ଥାପନ...

ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ

ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା...

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି...

ଡାଲମିଆ ସିମେଣ୍ଟ କମ୍ପାନୀରେ ବଡ଼ ଦୁର୍ଘଟଣା: ଭୁଶୁଡ଼ିଲା କୋଇଲା ହପର, ୩ ଶ୍ରମିକଙ୍କ ପତ୍ତା ମିଳୁନି

ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭ା୧(ଜୟ ନାରାୟଣ ମେଣ୍ଡୁଳି/ଅଶୋକ ପାଣି): ଜିଲା ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାର ଲାଇନ୍‌ ୨ ପ୍ଲାଣ୍ଟରେ ଗୁରୁବାର ସନ୍ଧ୍ୟାରେ କୋଲ୍‌ ହପର ଭୁଶୁଡ଼ି ପଡ଼ିଛି। ଫଳରେ...

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର...

ଜମି ବିବାଦରୁ ପୂର୍ବତନ ସରପଞ୍ଚଙ୍କୁ ହତ୍ୟା

କୋରାପୁଟ/ନାରାୟପାଟଣା,୧୬/୧(ଅମିତାଭ ବେହେରା/ ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟପାଟଣା ବ୍ଲକ ତାଳଗୁମାଣ୍ଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସିଙ୍ଗୁରୁ ତାଡିଙ୍ଗିଙ୍କ ହତ୍ୟା ଘଟଣାରେ ଗୁରବାର ନାରାୟଣପାଟଣା ପୋଲିସ...

ଆଦିବାସୀ ମେଳା: ୧୨ ଦିନରେ ୯ କୋଟି ବେପାର

ଭୁବନେଶ୍ୱର,୧୬।୧: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଚାଳିଥିବା ଆଦିବାସୀ ମେଳା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri