ଭୁବନେଶ୍ୱର,୨୨।୮: ରାଜ୍ୟର ବିଭିନ୍ନ ପ୍ରାନ୍ତ ଏବଂ ଉଦ୍ୟୋଗୀଙ୍କ ଦ୍ୱାରା ଉତ୍ପାଦିତ ହେଉଥିବା ବିଭିନ୍ନ ସାମଗ୍ରୀର କାରବାର ବୃଦ୍ଧି ସହିତ ଲିଙ୍କେଜ୍ ମାଧ୍ୟମରେ ବ୍ରିଟେନ୍ର ବ୍ୟବସାୟୀଙ୍କ ମଧ୍ୟରେ ସୁଯୋଗ ଅନୁସନ୍ଧାନ କରିବା ଲକ୍ଷ୍ୟରେ ଓଡ଼ିଶାର ୭ ଜଣ ମହିଳା ଉଦ୍ୟୋଗୀଙ୍କ ଏକ ପ୍ରତିନିଧି ଦଳ ଆଇଏନ୍ଡବ୍ଲ୍ୟୁଇସିର ଜାତୀୟ ଅଧ୍ୟକ୍ଷା ସୁକୀର୍ତ୍ତି ପଟ୍ଟନାୟକଙ୍କ ନେତୃତ୍ୱରେ ବ୍ରିଟେନ ଯାଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାର ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ଜାତୀୟ ମହିଳା ଉଦ୍ୟୋଗୀ ପରିଷଦ (ଆଇଏନ୍ଡବ୍ଲ୍ୟୁଇସି) ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ମିଳନୀରେ ଆଇଏନ୍ଡବ୍ଲ୍ୟୁଇସିର ଜାତୀୟ ଅଧ୍ୟକ୍ଷା ସୁକୀର୍ତ୍ତି ପଟ୍ଟନାୟକ ସମ୍ମିଳନୀ ଆଭିମୁଖ୍ୟ ଓ ବିଟ୍ରେଟ ଗସ୍ତ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଶ୍ରୀମୟୀ ମିଶ୍ର, ଶିବ କୁମାର ବିଶ୍ୱାଳ, ଶୁଭେନ୍ଦୁ କୁମାର ନାୟକ, ଜେ.ବି. ପାଣିଙ୍କ ସମେତ ରାଜୀବ ସାହୁ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ଜାତୀୟ ମହିଳା ଉଦ୍ୟୋଗୀ ପରିଷଦ (ଆଇଏନ୍ଡବ୍ଲ୍ୟୁଇସି) ଏକ ସ୍ବତନ୍ତ୍ର ମହିଳା ଉଦ୍ୟୋଗୀ ସଂଗଠନକୁ ୨୦୨୦ ଜାନୁୟାରୀରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଥିଲେ। ସେହିଭଳି କୋଲକାତା ବ୍ରିଟିଶ ଡେପୁଟି ହାଇ କମିଶନ ଆଇଏନ୍ଡବ୍ଲ୍ୟୁଇସି ଏବଂ ଆଇସିସି ମଧ୍ୟରେ ବାଣିଜ୍ୟ ଏବଂ ବାଣିଜ୍ୟକୁ ପ୍ରୋତ୍ସାହିତ କରିବାରେ ସକ୍ରିୟ ସହଯୋଗ କରୁଛନ୍ତି। ଅପରପକ୍ଷରେ ଏହି ଟିମ୍ ୨୦୨୩ ଅଗଷ୍ଟ ୨୬ ଓ ୨୭ରେ ବ୍ରିଟେନ୍ର ହାରୋଠାରେ ଥିବା ଓଡ଼ିଶା ସୋସାଇଟି ଅଫ୍ ୟୁକେ (ଓଏସ୍ୟୁକେ)ର ୪୪ତମ ବାର୍ଷିକ ସମ୍ମିଳନୀରେ ଯୋଗଦେବା ସହ ଓଡ଼ିଶା ପାଇଁ ପ୍ରତିନିଧିତ୍ୱ କରିବେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

