ସମନ୍ବୟ ସହ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୯।୫: ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳ ଅନ୍ତର୍ଗତ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳମାର୍ଗରେ ଭଦ୍ରକ ଏବଂ କଟକ ରେଲଓ୍ବେ ଷ୍ଟେଶନ ମଧ୍ୟରେ ୩ୟ ଲାଇନ ପ୍ରକଳ୍ପ ପାଇଁ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ଉକ୍ତ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୫୦% ରୁ ଅଧିକ ସମାପ୍ତ ହୋଇଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ହରିଦାସପୁର ଏବଂ ବୈରୀ ମଧ୍ୟରେ ୧୬.୮୦ କିଲୋମିଟର ଦୈର୍ଘ୍ୟ ରେଳମାର୍ଗ କାର୍ଯ୍ୟ ଶେଷ ହୋଇଯାଇଛି, ଉକ୍ତ ପ୍ରକଳ୍ପ ୨୦୨୩ ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ଶେଷ ହେବାର ଥିଲା ମାତ୍ର ତାହା ୨୦୨୩ ମେ ପ୍ରଥମ ସପ୍ତାହ ପୂର୍ବରୁ ସମାପ୍ତ ହୋଇଯାଇଛି। ବିଶେଷ କରି ଉକ୍ତ ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ନିରନ୍ତର ସମୀକ୍ଷା ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମ୍ବନ୍ଧରେ ତର୍ଜମା କରିବା ଦ୍ୱାରା ସମ୍ଭବ ହୋଇଛି। ପୂର୍ବତଟ ରେଳପଥର ଗୁରୁତ୍ୱପୂର୍ଣ୍ଣ ରେଳପ୍ରକଳ୍ପ କାର୍ଯ୍ୟଗୁଡିକର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦେବାକୁ ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉପରୋକ୍ତ ପ୍ରକଳ୍ପଗୁଡିକର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏବଂ ସହଭାଗୀ ସଂସ୍ଥାମାନଙ୍କ ସହ ସମନ୍ବୟ ରକ୍ଷା କରିବାକୁ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଏପରିକି ଓଡିଶାରେ ଜାରି ରହିଥିବା ରେଳପଥର ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ସମ୍ପୃକ୍ତ ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ମଧ୍ୟ ବୈଷ୍ଣବ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ସେ ନିରନ୍ତର ଭାବେ ନଜର ରଖିଛନ୍ତି। ସେହିଭଳି ଭଦ୍ରକ-ନିର୍ଗୁଣ୍ଡି ୩ୟ ରେଳ ଲାଇନ କାର୍ଯ୍ୟ ଉକ୍ତ ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାଜନକ ଟ୍ରେନ୍‌ ଚଳାଚଳକୁ ଏଡାଇ ଦେଇପାରିବ ବୋଲି ରେଳପଥ ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri