ସମନ୍ବୟ ସହ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୯।୫: ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳ ଅନ୍ତର୍ଗତ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳମାର୍ଗରେ ଭଦ୍ରକ ଏବଂ କଟକ ରେଲଓ୍ବେ ଷ୍ଟେଶନ ମଧ୍ୟରେ ୩ୟ ଲାଇନ ପ୍ରକଳ୍ପ ପାଇଁ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ଉକ୍ତ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ୫୦% ରୁ ଅଧିକ ସମାପ୍ତ ହୋଇଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ହରିଦାସପୁର ଏବଂ ବୈରୀ ମଧ୍ୟରେ ୧୬.୮୦ କିଲୋମିଟର ଦୈର୍ଘ୍ୟ ରେଳମାର୍ଗ କାର୍ଯ୍ୟ ଶେଷ ହୋଇଯାଇଛି, ଉକ୍ତ ପ୍ରକଳ୍ପ ୨୦୨୩ ଜୁନ୍‌ ଶେଷ ସପ୍ତାହ ସୁଦ୍ଧା ଶେଷ ହେବାର ଥିଲା ମାତ୍ର ତାହା ୨୦୨୩ ମେ ପ୍ରଥମ ସପ୍ତାହ ପୂର୍ବରୁ ସମାପ୍ତ ହୋଇଯାଇଛି। ବିଶେଷ କରି ଉକ୍ତ ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ନିରନ୍ତର ସମୀକ୍ଷା ଏବଂ ସମ୍ପୃକ୍ତ ଅଧିକାରୀଙ୍କ ସହ ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମ୍ବନ୍ଧରେ ତର୍ଜମା କରିବା ଦ୍ୱାରା ସମ୍ଭବ ହୋଇଛି। ପୂର୍ବତଟ ରେଳପଥର ଗୁରୁତ୍ୱପୂର୍ଣ୍ଣ ରେଳପ୍ରକଳ୍ପ କାର୍ଯ୍ୟଗୁଡିକର ଶୀଘ୍ର ସମାପ୍ତି ପାଇଁ ବିଶେଷ ଧ୍ୟାନ ଦେବାକୁ ମହାପ୍ରବନ୍ଧକ ମନୋଜ ଶର୍ମା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉପରୋକ୍ତ ପ୍ରକଳ୍ପଗୁଡିକର ଶୀଘ୍ର ସମାପ୍ତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଏବଂ ସହଭାଗୀ ସଂସ୍ଥାମାନଙ୍କ ସହ ସମନ୍ବୟ ରକ୍ଷା କରିବାକୁ ଶର୍ମା ଅଧିକାରୀମାନଙ୍କୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଏପରିକି ଓଡିଶାରେ ଜାରି ରହିଥିବା ରେଳପଥର ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସହିତ ସମ୍ପୃକ୍ତ ଅଞ୍ଚଳର ରେଳ ଭିତ୍ତିଭୂମି ବିକାଶ ପାଇଁ ମଧ୍ୟ ବୈଷ୍ଣବ ପ୍ରାଥମିକତା ଦେଉଛନ୍ତି ଏବଂ ବିକାଶମୂଳକ କାର୍ଯ୍ୟ ଉପରେ ମଧ୍ୟ ସେ ନିରନ୍ତର ଭାବେ ନଜର ରଖିଛନ୍ତି। ସେହିଭଳି ଭଦ୍ରକ-ନିର୍ଗୁଣ୍ଡି ୩ୟ ରେଳ ଲାଇନ କାର୍ଯ୍ୟ ଉକ୍ତ ଅଞ୍ଚଳର ଅର୍ଥନୀତିକୁ ବୃଦ୍ଧି କରିବ ଏବଂ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଅସୁବିଧାଜନକ ଟ୍ରେନ୍‌ ଚଳାଚଳକୁ ଏଡାଇ ଦେଇପାରିବ ବୋଲି ରେଳପଥ ପକ୍ଷରୁ ଆଶାବ୍ୟକ୍ତ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?