ଭୁବନେଶ୍ୱର,୧୧।୫: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିସିଓଡିଏଲ୍)ର ଆନୁଆଲ ବିଜନେସ୍ ଆସୋସିଏଟ୍ ମିଟ୍ ଭୁବନେଶ୍ୱରର ଏମ୍ଡିସି ବରମୁଣ୍ଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜ୍ୟ ତଥା ଦେଶର ବିଭିନ୍ନ ଅଞ୍ଚଳରୁ ୯୦ଜଣ ବିଜନେସ୍ ଆସୋସିଏଟ୍ ଅଂଶ ଗ୍ରହଣ କରିଥିଲେ। ଏହି ପରିପ୍ରେକ୍ଷୀରେ ଟିପିସିଓଡିଏଲ୍ ସହିତ ସହଭାଗିତା ପଦକ୍ଷେପ ବିଷୟରେ ସେମାନେ ନିଜ ନିଜର ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। ଏହି ଭାବ ବିନିମୟ କାର୍ଯ୍ୟକ୍ରମରେ ଗଠନ ମୂଳକ ଆଲୋଚନା ହୋଇଥିଲା ବେଳେ ଅଂଶଗ୍ରହଣକାରୀମାନେ ମିଳିତ ଅଭିବୃଦ୍ଧି ପାଇଁ ସେମାନଙ୍କ ଅଭିଜ୍ଞତା ବାଣ୍ଟିଥିଲେ ଓ ରଣନୀତି ଉପରେ ବିସ୍ତୃତ ଆଲୋଚନା କରିଥିଲେ। ଯେଉଁଥିରେ ଟିପିସିଓଡିଏଲ୍ର ସିଇଓ ଅରଭିନ୍ଦ୍ ସିଂହଙ୍କ ନେତୃତ୍ୱରେ ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀଙ୍କ ସମେତ ନେତୃତ୍ୱ ଟିମ୍ ମଧ୍ୟ ଯୋଗ ଦେଇଥିଲେ। ଏହି ଅଧିବେଶନରେ ବିଜନେସ୍ ଆସୋସିଏଟ୍ମାନେ ପ୍ରାସଙ୍ଗିକ ପ୍ରଶ୍ନ କରି ଟିପିସିଓଡିଏଲ୍ର ବରିଷ୍ଠ ଅଧିକାରୀମାନଙ୍କଠାରୁ ପ୍ରତିକ୍ରିୟା ହାସଲ କରିବାର ସୁଯୋଗ ପାଇଥିଲେ। ଏ ସମ୍ପର୍କରେ ଟିପିସିଓଡିଏଲ୍ର ସିଇଓ ଅରଭିନ୍ଦ୍ ସିଂହ କହିଛନ୍ତି, ଆନୁଆଲ ବିଜନେସ୍ ଆସୋସିଏଟ୍ ମିଟ୍ ଆମ ସହଯୋଗିତାର ଦୃଢ଼ତା ଏବଂ ଶକ୍ତି କ୍ଷେତ୍ରରେ ନବସୃଜନ ଓ ଉତ୍କର୍ଷକୁ ବଢ଼ାଇବା ପାଇଁ ଆମର ମିଳିତ ପ୍ରତିବଦ୍ଧତାର ପ୍ରମାଣ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।
ଏପରିକି ବିଜନେସ୍ ଆସୋସିଏଟ୍ମାନେ ପ୍ରଦାନ କରିଥିବା ମୂଲ୍ୟବାନ ପରାମର୍ଶକୁ ଆମେ ପ୍ରଶଂସା କରୁଛୁ, ଯାହା ଆମ ସେବାରେ ଉନ୍ନତି ଆଣିବା ଏବଂ ସମସ୍ତ ଅଂଶୀଦାରଙ୍କୁ ମୂଲ୍ୟ ପ୍ରଦାନ କରିବା ଲାଗି ଆମ ସଙ୍କଳ୍ପକୁ ଦୋହରାଉଛି। ଟିପିସିଓଡିଏଲ୍ ପକ୍ଷରୁ ସହଯୋଗିତା, ନବସୃଜନ ଓ ସାମାଜିକ ଦାୟିତ୍ୱବୋଧକୁ ଅଗ୍ରାଧିକାର ପ୍ରଦାନ କରାଯାଉଛି, କାରଣ ଏହା ସାମାଜକୁ ସଶକ୍ତ କରୁଥିବା ବେଳେ ଅର୍ଥନୈତିକ ଅଭିବୃଦ୍ଧି ଏବଂ ଓଡ଼ିଶାବାସୀଙ୍କ ଜୀବନର ଗୁଣାତ୍ମକମାନରେ ଉନ୍ନତି ଆଣିବାକୁ ଉଦ୍ୟମ କରୁଛି।
ଆଲୋଚନା ସମୟରେ ବହୁ ସଂଖ୍ୟାରେ ବିଜନେସ୍ ଆସୋସିଏଟ୍ ଟାଟା ପାୱାର ସହ ସହଯୋଗିତା ପରଠାରୁ ଟିପିସିଓଡିଏଲ୍ରୁ ମିଳୁଥିବା ଲାଭଗୁଡ଼ିକୁ ପ୍ରଶଂସା କରିଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

