Posted inଜାତୀୟ

କୁପୋଷଣ, ଜଳ ସଂରକ୍ଷଣ ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୯।୮(ପି.ଟି.): ଦେଶରୁ କୁପୋଷଣ ଦୂର କରିବା ଏବଂ ଜଳ ସଂରକ୍ଷଣ ବଢ଼ାଇବା ଉପରେ ସାମାଜିକ ସଚେତନତାର ଗୁରୁତ୍ୱ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜୋର୍‌ ଦେଇଛନ୍ତି। ଏଥିସହିତ ଇଣ୍ଟରନେଟ ସଂଯୋଗର ପ୍ରସାରଣ ଦୁର୍ଗମ ଅଞ୍ଚଳ ବିଶେଷ କରି ଉତ୍ତରପୂର୍ବାଞ୍ଚଳରେ ନୂଆ ସୂର୍ଯ୍ୟୋଦୟ ଆଣିବ ବୋଲି ମନ୍‌ କୀ ବାତ୍‌ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କହିଛନ୍ତି। ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଥିବାବେଳେ ଆମେ ସାମୂହିକ ଶକ୍ତି ଦେଖିବାକୁ ପାଇଛେ। ବିଶାଳ ଦେଶରେ ଏତେ ସଂଖ୍ୟାରେ ବିବିଧତା ସତ୍ତ୍ୱେ ତ୍ରିରଙ୍ଗା ଉତ୍ତୋଳନ ବେଳେ ସମସ୍ତେ ସମାନ ଉତ୍ସାହର ସହ ତାହା ଉଡ଼ାଇଥିବା ଦେଖାଯାଇଛି। ସେପ୍ଟେମ୍ବରକୁ କୁପୋଷଣ ମାସ ଭାବେ ପାଳନ କରାଯାଉଛି। ସରକାର କୁପୋଷଣ ହଟାଇବା ଲାଗି ବିଭିନ୍ନ ପଦକ୍ଷେପ ନେଇଛନ୍ତି। ଜନସଚେତନତା ଏବଂ ସାମୂହିକ ଉଦ୍ୟମ ବଳରେ ଏହି ସମସ୍ୟାରୁ ଦେଶକୁ ମୁକ୍ତ କରାଯାଇପାରିବ ବୋଲି ମୋଦି କହିଛନ୍ତି।

ସ୍ବାଧୀନତା ସଂଗ୍ରାମୀ ବିଶେଷ କରି ଅଖ୍ୟାତ ହିରୋମାନଙ୍କ ଅବଦାନ ଉପରେ ଦୂରଦର୍ଶନରେ ପ୍ରସାରିତ ‘ସ୍ବରାଜ’ ସିରିଏଲ୍‌ ଦେଖିବା ଲାଗି ମୋଦି ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ଉଦ୍ୟମ ଓ ଭୂମିକା ସମ୍ପର୍କରେ ଯୁବପିଢ଼ିଙ୍କୁ ଅବଗତ କରାଇବା ଏହାର ଉଦ୍ଦେଶ୍ୟ। ସେହିପରି ଜଳ ସଂରକ୍ଷଣ ଉପରେ ଗୁରୁତ୍ୱ ଦେଇ ମୋଦି କହିଥିଲେ, ବିଭିନ୍ନ ଅଞ୍ଚଳରେ ଲୋକେ ଜଳାଶୟ ନିର୍ମାଣ ଲାଗି ସ୍ବତନ୍ତ୍ର ଉଦ୍ୟମ କରୁଛନ୍ତି। ଅମୃତ ସରୋବର ଅଭିଯାନ କେବଳ ବର୍ତ୍ତମାନର ସମସ୍ୟା ସମାଧାନ କରିବ ନାହିଁ, ଆଗାମୀ ପିଢ଼ିଙ୍କ ପାଇଁ ଏହା ସମାନ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

ଏହି ଲୋକ ସଭା ଆସନରେ ସ୍ବାମୀଙ୍କୁ ଟକ୍କର ଦେବେ ସ୍ତ୍ରୀ

ଲକ୍ଷ୍ନୌ,୨୫।୩୪: ଉତ୍ତରପ୍ରଦେଶର ଇଟାୱା ଲୋକ ସଭା ଆସନରେ ପ୍ରତିଯୋଗିତା ରୋଚକ ହୋଇଛି। ବର୍ତ୍ତମାନର ଏମ୍‌ପି ରାମ ଶଙ୍କର କ୍ୟାଥେରିଆଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରି ଭାଜପା...

ମୋଦିଙ୍କୁ ଚିଠି ଲେଖିଲେ ଖାର୍ଗେ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ କଂଗ୍ରେସ ମନିଫେଷ୍ଟୋ ଉପରେ ପ୍ରଶ୍ନ ଉଠାଉଛନ୍ତି। କିଛି ଦିନ ପୂର୍ବେ...

‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି

ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି...

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri