ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ

ରସୁଲପୁର,୧୫ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ନେଇ ମଙ୍ଗଳବାର ଏକ ମାସିକିଆ ସମୀକ୍ଷା ବୈଠକ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅରୁଣ କୁମାର ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦିଆଯିବା ସହ ବୃଦ୍ଧି ପାଉଥିବା ରୌଦ୍ରତାପରୁ ଜନସାଧାରଣଙ୍କୁ ସୁରକ୍ଷା ଦେବା ଦିଗରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ସରପଞ୍ଚମାନଙ୍କୁ ପରାମର୍ଶ ଦିଆଯାଇଛି। ମାର୍ଚ୍ଚ ଶେଷ ସୁଧା ପଞ୍ଚାୟତରେ ଅଚଳ ହୋଇପଡ଼ିଥିବା ପାଇପଲାଇନ ଓ ନଳକୂପ ଆଦିକୁ ତୁରନ୍ତ ସଚଳ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପ୍ରଫୁଲ କୁମାର ଜେନା ପ୍ରାରମ୍ଭିକ ସୂଚନା ଦେଇ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲିବାକୁ କହିଥିଲେ। ଏଥିସହିତ କେନ୍ଦ୍ରୀୟ ଓ ରାଜ୍ୟ ଅର୍ଥ କମିଶନ ଅନୁଦାନ ବ୍ୟୟ ସମ୍ପର୍କରେ ଆଲୋଚନା କରିଥିଲେ।
ଏବିଡିଓ ଦିବ୍ୟକାନ୍ତି ମିଶ୍ର ଇ-ପଞ୍ଚାୟତ ସଭା ଓ ହରିଶ୍ଚନ୍ଦ୍ର ଯୋଜନାକୁ ଠିକ୍‌ ଭାବରେ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦେଇଥିଲେ। ସାମାଜିକ ନିରାପତ୍ତା ଯୋଜନାରେ ବାର୍ଦ୍ଧକ୍ୟ, ଦିବ୍ୟାଙ୍ଗ, ବିଧବାଙ୍କୁ ଭତ୍ତା ମିଳିବାରେ ଉପୁଜୁଥିବା ଦ୍ୱନ୍ଦ୍ୱ ଦୂର କରିବା ସହ ନୂତନ ହିତାଧିକାରୀଙ୍କୁ ଭତ୍ତା ଯୋଜନାରେ ସାମିଲ କରିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍‌ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା, ନୂତନ ହିତାଧିକାରୀଙ୍କୁ ରାଶନ କାର୍ଡରେ ସାମିଲ କରିବା, ପୂର୍ବରୁ କାର୍ଡଧାରୀମାନଙ୍କ ସହ ପରିବାରର ନୂତନ ହିତାଧିକାରୀଙ୍କୁ ସାମିଲ କରିବା ଆଦି ବିଷୟ ଉପରେ ସରପଞ୍ଚମାନେ ମତ ରଖିଥିଲେ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଉଣା ପୈଠ ପାଇଁ ଉିଦ୍ଦିଷ୍ଟ ଡିଏସ୍‌ସି(ଡିଜିଟାଲ ସିଗ୍ନେଚର ସାର୍ଟିଫିକେଟ)କୁ ଠିକ୍‌ ଭାବେ ପରିଚାଳନା କରିବା ଓ ଦେୟ ପୈଠ ସମୟରେ ଭଲ ଭାବରେ ଯାଞ୍ଚ କରିବା ପରେ ସରପଞ୍ଚମାନେ ପେମେଣ୍ଟ୍‌ ମୋଡକୁ ଯିବାକୁ ବିଡିଓ ଅବନିକାନ୍ତ ସାହୁ ପରାମର୍ଶ ଦେଇଥିଲେ। ସ୍ବଚ୍ଛଭାରତ ମିଶନ ଜରିଆାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ପ୍ରତ୍ୟେକ ଯୋଜନାକୁ କାର୍ଯ୍ୟକାରୀ କରିବା ଓ ଉନ୍ନୟନ କାର୍ଯ୍ୟ ଅଗ୍ରଗତି ସମୟରେ ସୃଷ୍ଟି ହେଉଥିବା ସମସ୍ୟା ସମ୍ପର୍କରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ପ୍ରସ୍ତାବ ଉପରେ ଅଧ୍ୟକ୍ଷ ରାଉତ ମତ ରଖିବା ସହ ତା’ର ସମାଧାନର ଉପାୟ ସମ୍ପର୍କରେ ପରାମର୍ଶ ଦେଇଥିଲେ। ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri