ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ

ରସୁଲପୁର,୧୫ା୩(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ ନେଇ ମଙ୍ଗଳବାର ଏକ ମାସିକିଆ ସମୀକ୍ଷା ବୈଠକ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅରୁଣ କୁମାର ରାଉତଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପାନୀୟ ଜଳ ଯୋଗାଣକୁ ଗୁରୁତ୍ୱ ଦିଆଯିବା ସହ ବୃଦ୍ଧି ପାଉଥିବା ରୌଦ୍ରତାପରୁ ଜନସାଧାରଣଙ୍କୁ ସୁରକ୍ଷା ଦେବା ଦିଗରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ସରପଞ୍ଚମାନଙ୍କୁ ପରାମର୍ଶ ଦିଆଯାଇଛି। ମାର୍ଚ୍ଚ ଶେଷ ସୁଧା ପଞ୍ଚାୟତରେ ଅଚଳ ହୋଇପଡ଼ିଥିବା ପାଇପଲାଇନ ଓ ନଳକୂପ ଆଦିକୁ ତୁରନ୍ତ ସଚଳ କରାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପ୍ରଫୁଲ କୁମାର ଜେନା ପ୍ରାରମ୍ଭିକ ସୂଚନା ଦେଇ ପଞ୍ଚାୟତର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲିବାକୁ କହିଥିଲେ। ଏଥିସହିତ କେନ୍ଦ୍ରୀୟ ଓ ରାଜ୍ୟ ଅର୍ଥ କମିଶନ ଅନୁଦାନ ବ୍ୟୟ ସମ୍ପର୍କରେ ଆଲୋଚନା କରିଥିଲେ।
ଏବିଡିଓ ଦିବ୍ୟକାନ୍ତି ମିଶ୍ର ଇ-ପଞ୍ଚାୟତ ସଭା ଓ ହରିଶ୍ଚନ୍ଦ୍ର ଯୋଜନାକୁ ଠିକ୍‌ ଭାବରେ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦେଇଥିଲେ। ସାମାଜିକ ନିରାପତ୍ତା ଯୋଜନାରେ ବାର୍ଦ୍ଧକ୍ୟ, ଦିବ୍ୟାଙ୍ଗ, ବିଧବାଙ୍କୁ ଭତ୍ତା ମିଳିବାରେ ଉପୁଜୁଥିବା ଦ୍ୱନ୍ଦ୍ୱ ଦୂର କରିବା ସହ ନୂତନ ହିତାଧିକାରୀଙ୍କୁ ଭତ୍ତା ଯୋଜନାରେ ସାମିଲ କରିବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍‌ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା, ନୂତନ ହିତାଧିକାରୀଙ୍କୁ ରାଶନ କାର୍ଡରେ ସାମିଲ କରିବା, ପୂର୍ବରୁ କାର୍ଡଧାରୀମାନଙ୍କ ସହ ପରିବାରର ନୂତନ ହିତାଧିକାରୀଙ୍କୁ ସାମିଲ କରିବା ଆଦି ବିଷୟ ଉପରେ ସରପଞ୍ଚମାନେ ମତ ରଖିଥିଲେ। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଉଣା ପୈଠ ପାଇଁ ଉିଦ୍ଦିଷ୍ଟ ଡିଏସ୍‌ସି(ଡିଜିଟାଲ ସିଗ୍ନେଚର ସାର୍ଟିଫିକେଟ)କୁ ଠିକ୍‌ ଭାବେ ପରିଚାଳନା କରିବା ଓ ଦେୟ ପୈଠ ସମୟରେ ଭଲ ଭାବରେ ଯାଞ୍ଚ କରିବା ପରେ ସରପଞ୍ଚମାନେ ପେମେଣ୍ଟ୍‌ ମୋଡକୁ ଯିବାକୁ ବିଡିଓ ଅବନିକାନ୍ତ ସାହୁ ପରାମର୍ଶ ଦେଇଥିଲେ। ସ୍ବଚ୍ଛଭାରତ ମିଶନ ଜରିଆାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦିଆଯାଇଥିଲା। ପ୍ରତ୍ୟେକ ଯୋଜନାକୁ କାର୍ଯ୍ୟକାରୀ କରିବା ଓ ଉନ୍ନୟନ କାର୍ଯ୍ୟ ଅଗ୍ରଗତି ସମୟରେ ସୃଷ୍ଟି ହେଉଥିବା ସମସ୍ୟା ସମ୍ପର୍କରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ପ୍ରସ୍ତାବ ଉପରେ ଅଧ୍ୟକ୍ଷ ରାଉତ ମତ ରଖିବା ସହ ତା’ର ସମାଧାନର ଉପାୟ ସମ୍ପର୍କରେ ପରାମର୍ଶ ଦେଇଥିଲେ। ଭାରପ୍ରାପ୍ତ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଜେନା ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri