ଇକୋ ସିଷ୍ଟମ ବିକଶିତକୁ ଗୁରୁତ୍ୱ

ଭୁବନେଶ୍ୱର,୧୦।୮: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ (ଆଇସିସି), ଷ୍ଟାର୍ଟଅପ୍‌ ଓଡ଼ିଶା, ଏମ୍‌ଏସ୍‌ଏମ୍‌ଇର ମିଳିତ ସହଯୋଗରେ ଖାଦ୍ୟ ଓ ଆଗ୍ରୋ ସମ୍ମିଳନୀ ବୁଧବାର ଏକ ୫ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସମ୍ମାନିତ ଅତିଥି ଭାବେ ଓୟୁଏଟିର କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳ, ନାବାର୍ଡର ଚିଫ୍‌ ଜେନେରାଲ ମ୍ୟାନେଜର ଡ. ସୁଧାଂଶୁ କେ.କେ. ମିଶ୍ର ଏବଂ ଆଇସିସିର ଚିଫ୍‌ ମେଣ୍ଟର ଡ. ପ୍ରଦୀପ ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ଆଇସିସି ଓଡ଼ିଶା ପରିଷଦର ଚେୟାରମ୍ୟାନ ଜେ.ବି.ପାଣିଙ୍କ ଅଧ୍ୟକ୍ଷତାରେ ଉକ୍ତ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଆଇସିସି ଓଡ଼ିଶା ପରିଷଦ ଆଗ୍ରୋ ଓ ଖାଦ୍ୟ ପ୍ରକ୍ରିୟାକରଣ କମିଟିର ଆବାହକ ଶ୍ରୀରାମ ପଣ୍ଡା କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ ା ବିଶେଷକରି ଓଡ଼ିଶାରେ ଷ୍ଟାର୍ଟଅପ୍‌ମାନଙ୍କୁ ସହଯୋଗ କରିବା ସହ ଖାଦ୍ୟ ଓ କୃଷି କ୍ଷେତ୍ର ପାଇଁ ଏକ ଇକୋ ସିଷ୍ଟମ ବିକଶିତ କରିବା ନିମନ୍ତେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏ ନେଇ ମଧ୍ୟ ଆଇସିସି ଓ ଓୟୁଏଟି ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷର ହୋଇଥିଲା ଯାହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା କିପରି ଓୟୁଏଟି ନିଜର ଏକାଡେମିକ୍‌ ଓ ବୈଷୟିକ କ୍ଷେତ୍ରରେ ଉନ୍ନତି ଆଣିପାରିବା ସହ ଛାତ୍ରୀଛାତ୍ର,ଷ୍ଟାର୍ଟଅପ୍‌ମାନଙ୍କୁ ଅଧିକରୁ ଅଧିକ ପ୍ରୋତ୍ସାହିତ କରାଯାଇପାରିବ ସେ ନେଇ ମଧ୍ୟ ଆଲୋଚନା କରାଯାଇଥିଲା। ସେହିଭଳି ଷ୍ଟାର୍ଟଅପ୍‌ରେ ଆର୍ଥତ୍କ, ବେପାର ବଣିଜ ଓ ମାନବ ସମ୍ବଳ କିପରି ସୁଦୃଢ଼ କରାଯାଇପାରିବ ସେ ନେଇ ମଧ୍ୟ ଅତିଥିମାନେ ବିଭିନ୍ନ ମତ ରଖିଥିଲେ। ପରିଶେଷର ଆଇସିସି ଓଡ଼ିଶା ପରିଷଦ ଆଗ୍ରୋ ଓ ଖାଦ୍ୟ ପ୍ରକ୍ରିୟାକରଣ କମିଟିର ସହ ଆବାହକ ସୁଜନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ସମ୍ମିଳନୀର ୨ୟ ଅଧିବେଶନରେ ଷ୍ଟାର୍ଟଅପ୍‌ଗୁଡିକର ଉନ୍ନତ କାର୍ଯ୍ୟ ସମ୍ପାଦନ ଓ ଆଭିମୁଖ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି…

ବେଦାନ୍ତ ପାଓ଼୍ବାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୧୦ମୃତ ୪୦ରୁ ଅଧିକ ଆହତ

ରାୟପୁର,୧୪।୪: ବେଦାନ୍ତ ଲିମିଟେଡର ପାଓ଼୍ବାର ପ୍ଲାଣ୍ଟରେ ବିସ୍ଫୋରଣ ଘଟି ୧୦ଜଣଙ୍କ ମୃତ୍ୟୁ। ଏପରି ଅଭାବନୀୟ ଘଟଣା ଘଟିଛି ଛତିଶଗଡ଼ର ସକ୍ତି ଜିଲାରେ ଏକ ପାଓ଼୍ବାର ପ୍ଲାଣ୍ଟରେ। ଯେଉଁଠି…

ମହାବିଷୁବ ସଂକ୍ରାନ୍ତି: ଚଳଚଞ୍ଚଳ ସୁଆମ ଛକ

ପାଟଣା,୧୪।୪(ବୀର କିଶୋର ଦାଶ): ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତିରେ ମଙ୍ଗଳବାର କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଛକ ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖାଇବାକୁ ମିଳିଥିଲା।…

ଦେଶର ଏହି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇନି ଭାଜପା; ସଂଖ୍ୟା ଜାଣିଲେ ତାଜୁବ ହେବେ…

୧୪ ଏପ୍ରିଲ ୨୦୨୬ ବିହାର ରାଜନୀତିରେ ଏକ ପ୍ରମୁଖ ପରିବର୍ତ୍ତନର କାରଣ ହୋଇଥିଲା। ବିଶେଷକରି, ସମ୍ରାଟ ଚୌଧୁରୀଙ୍କୁ ବିହାରରେ ଭାଜପା ବିଧାୟକ ଦଳର ନେତା ଭାବରେ ନିର୍ୱାଚିତ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ଲୋକ ସଭାରେ ରହିବେ ୮୫୦ ଏମପି; କେନ୍ଦ୍ର ସରକାରଙ୍କ ବଡ଼ ପ୍ଲାନ…

ନୂଆଦିଲ୍ଲୀ,୧୪।୪: ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ (ମହିଳା ସଶକ୍ତିକରଣ ଆଇନ) କାର୍ଯ୍ୟକାରୀ କରିବା ପାଇଁ ସରକାର ଏପ୍ରିଲ ୧୬ ରୁ ଏପ୍ରିଲ ୧୮ ପର୍ଯ୍ୟନ୍ତ ସଂସଦର ଏକ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri