ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଚଳିତ ବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ କିଭଳି ଭାବେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହେବ ଏବଂ ଶ୍ରଦ୍ଧାଳୁମାନେ ଘରେ ରହି ଘୋଷଯାତ୍ରା ଦେଖିପାରିବେ ସେନେଇ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ ଓ ସେବାୟତମାନଙ୍କ ସହଯୋଗ କାମନା କରିଛନ୍ତି। ଧାର୍ଯ୍ୟ ସମୟରେ ସମସ୍ତ ନୀତିକାନ୍ତି ସହ ରଥଯାତ୍ରାକୁ ସୁଚାରୁ ରୂପେ ସମ୍ପନ୍ନ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ମହାପ୍ରଭୁଙ୍କ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତି ମଧ୍ୟରେ ହେଉଛି। ବିଶ୍ୱବାସୀ ଟେଲିଭିଜନ୍‌ ଓ ସୋସିଆଲ୍‌ ମିଡିିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ। ତେଣୁ ମହାପ୍ରଭୁଙ୍କ ନୀତି ଠିକ୍‌ ସମୟରେ ହେବା ଦରକାର। ଏଥିସହ କୋଭିଡ୍‌ ନିୟମର ଅନୁପାଳନ ମଧ୍ୟ ଠିକ ଭାବେ କରାଯିବା ଆବଶ୍ୟକ। କୋଭିଡ୍‌ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦ୍ୱିତୀୟ ଲହରର ପ୍ରଭାବ କମୁଥିଲେ ମଧ୍ୟ ବିପଦ ଏପର୍ଯ୍ୟନ୍ତ ଟଳିନାହିଁ। ତେଣୁ ଚଳିତ ବର୍ଷ ରଥଯାତ୍ରା ସୁରୁଖୁରୁରେ ଶେଷ ହେବା ନେଇ ସେ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି।
ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଯୋଗଦେଇ ରଥଯାତ୍ରା ସମୟରେ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଇ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଥିଲେ। ସେବାୟତ ଓ ସମ୍ପୃକ୍ତ ଅଧିକାରୀଙ୍କ ପାଇଁ କୋଭିଡ୍‌ ଟେଷ୍ଟ, ଟିକାକରଣ ସହ ଫାଷ୍ଟ ଏଡ୍‌ କେନ୍ଦ୍ର, ଆମ୍ବୁଲାନ୍ସ, ଜରୁରିକାଳୀନ ସେବା ବ୍ୟବସ୍ଥା ହୋଇଥିବା ସେ ସୂଚନା ଦେଇଛନ୍ତି। ସେହିପରି ଗତବର୍ଷ ଭଳିି ଏବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଥିବା ପୋଲିସ ମହାନିର୍ଦ୍ଦେଶକ ଅଭୟ କହିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ୍‌ ଏହି ଭର୍ଚୁଆଲ ବୈଠକକୁ ପରିଚାଳନା କରିଥିଲେ। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି କନୱର ବିଶାଲ ସିଂଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri