ଧାର୍ଯ୍ୟ ସମୟରେ ନୀତିକାନ୍ତିକୁ ଗୁରୁତ୍ୱ

ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୯।୭:ଶ୍ରୀକ୍ଷେତ୍ରର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଏ ନେଇ ସମୀକ୍ଷା କରିଛନ୍ତି। ଗତବର୍ଷ ବିନା ଭକ୍ତରେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି। ଚଳିତ ବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ବିନା ଭକ୍ତରେ କିଭଳି ଭାବେ ରଥଯାତ୍ରା ସୁରୁଖୁରୁରେ ସମ୍ପନ୍ନ ହେବ ଏବଂ ଶ୍ରଦ୍ଧାଳୁମାନେ ଘରେ ରହି ଘୋଷଯାତ୍ରା ଦେଖିପାରିବେ ସେନେଇ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ ଓ ସେବାୟତମାନଙ୍କ ସହଯୋଗ କାମନା କରିଛନ୍ତି। ଧାର୍ଯ୍ୟ ସମୟରେ ସମସ୍ତ ନୀତିକାନ୍ତି ସହ ରଥଯାତ୍ରାକୁ ସୁଚାରୁ ରୂପେ ସମ୍ପନ୍ନ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ମହାପ୍ରଭୁଙ୍କ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତି ମଧ୍ୟରେ ହେଉଛି। ବିଶ୍ୱବାସୀ ଟେଲିଭିଜନ୍‌ ଓ ସୋସିଆଲ୍‌ ମିଡିିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ। ତେଣୁ ମହାପ୍ରଭୁଙ୍କ ନୀତି ଠିକ୍‌ ସମୟରେ ହେବା ଦରକାର। ଏଥିସହ କୋଭିଡ୍‌ ନିୟମର ଅନୁପାଳନ ମଧ୍ୟ ଠିକ ଭାବେ କରାଯିବା ଆବଶ୍ୟକ। କୋଭିଡ୍‌ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦ୍ୱିତୀୟ ଲହରର ପ୍ରଭାବ କମୁଥିଲେ ମଧ୍ୟ ବିପଦ ଏପର୍ଯ୍ୟନ୍ତ ଟଳିନାହିଁ। ତେଣୁ ଚଳିତ ବର୍ଷ ରଥଯାତ୍ରା ସୁରୁଖୁରୁରେ ଶେଷ ହେବା ନେଇ ସେ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଛନ୍ତି।
ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଯୋଗଦେଇ ରଥଯାତ୍ରା ସମୟରେ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଇ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଥିଲେ। ସେବାୟତ ଓ ସମ୍ପୃକ୍ତ ଅଧିକାରୀଙ୍କ ପାଇଁ କୋଭିଡ୍‌ ଟେଷ୍ଟ, ଟିକାକରଣ ସହ ଫାଷ୍ଟ ଏଡ୍‌ କେନ୍ଦ୍ର, ଆମ୍ବୁଲାନ୍ସ, ଜରୁରିକାଳୀନ ସେବା ବ୍ୟବସ୍ଥା ହୋଇଥିବା ସେ ସୂଚନା ଦେଇଛନ୍ତି। ସେହିପରି ଗତବର୍ଷ ଭଳିି ଏବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁରୁରେ ଶେଷ ହେବ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଥିବା ପୋଲିସ ମହାନିର୍ଦ୍ଦେଶକ ଅଭୟ କହିଥିଲେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ. ପାଣ୍ଡିଆନ୍‌ ଏହି ଭର୍ଚୁଆଲ ବୈଠକକୁ ପରିଚାଳନା କରିଥିଲେ। କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜିଲାପାଳ ସମର୍ଥ ବର୍ମା ଏବଂ ଏସ୍‌ପି କନୱର ବିଶାଲ ସିଂଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri