ମୁକ୍ତ, ଅବାଧ ନିର୍ବାଚନକୁ ଗୁରୁତ୍ୱ

କଟକ ଅଫିସ,୨୬।୧୦: ଆସନ୍ତା ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ। ଏଥିପାଇଁ ଡିଜିପି ସୁନୀଲ ବଂଶଲ ପୋଲିସ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ସ୍ବଚ୍ଛ, ମୁକ୍ତ, ଅବାଧ ନିର୍ବାଚନ ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି। ଆଦର୍ଶ ନିର୍ବାଚନ ଆଚରଣ ବିଧି କଡ଼ାକଡ଼ି ପାଳନ କରାଯିବା ସହ ଭିଆଇପି ଓ ଭିଭିଆଇପିଙ୍କ ପରିଦର୍ଶନବେଳେ ପୋଲିସ ବ୍ୟବସ୍ଥା ସକ୍ରିୟ କରାଯିବା, ୧୦୭ ଓ ୧୧୦ ଧାରାରେ ବିଶୃଙ୍ଖଳା ସୃଷ୍ଟିକାରୀଙ୍କୁ ବାନ୍ଧିବା, ବେଆଇନ ଅସ୍ତ୍ରଶସ୍ତ୍ର, ମଦ ଜବତ ଓ ଜାମିନବିହୀନ ଗିରଫ ପରୱାନା ଜାରି ହୋଇଥିବା ବ୍ୟକ୍ତିଙ୍କୁ ଧରିବା ଉପରେ ଡିଜିପି ଗୁରୁତ୍ୱ ଦେଇଛନ୍ତି। ଅତିରିକ୍ତ ଡିଜିପି (ଆଇନ ଶୃଙ୍ଖଳା) ଆର୍‌.କେ. ଶର୍ମା ସମଗ୍ର ନିର୍ବାଚନମଣ୍ଡଳୀରେ ପୋଲିସ ଅଧିକାରୀ ଓ କର୍ମଚାରୀ ନିୟୋଜନର ରୂପରେଖ, ମୋବାଇଲ ଓ ଫ୍ଲାଇଂ ସ୍କ୍ବାଡ୍‌ ବ୍ୟବସ୍ଥା ଉପରେ ଆଲୋକପାତ କରିଥିଲେ। ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଉପନିର୍ବାଚନର ଆଇନ ଶୃଙ୍ଖଳା ପରିସ୍ଥିତିକୁ ଆଇଜିପି ଓ ଏସ୍‌ପି ଟିକିନିଖି ତଦାରଖ କରିବାକୁ କହିଥିଲେ। ଉପନିର୍ବାଚନରେ ପୋଲିସ ପକ୍ଷରୁ ୪ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ୍‌ ଫୋର୍ସ, ୨୦ ପ୍ଲାଟୁନ୍‌ ଏପିଆର୍‌, ୪୬ ମୋବାଇଲ ପାଟ୍ରୋଲିଂ ପାର୍ଟି, ୩ ଫ୍ଲାଇଂ ସ୍କ୍ବାଡ୍‌ ଓ ୩ ଷ୍ଟାଟିଷ୍ଟିକାଲ ସର୍‌ଭେଲାନ୍ସ ଟିମ୍‌କୁ ନିୟୋଜିତ କରାଯାଇଛି। ଷ୍ଟ୍ରଙ୍ଗରୁମ୍‌ରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)କୁ ସୁରକ୍ଷିତ ଭାବେ ରଖାଯିବା ପାଇଁ ସିସିଟିଭି କ୍ୟାମେରା ଲଗାଯିବା ବ୍ୟବସ୍ଥା ହୋଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆୟୋଜିତ ସମୀକ୍ଷା ବୈଠକରେ ଆଇଜି (ମୁଖ୍ୟାଳୟ) ଏସ୍‌. ଦେବଦତ୍ତ ସିଂ, ଆଇଜି (ପର୍ସୋନେଲ) ଏସ୍‌. ପ୍ରବୀଣ କୁମାର, ଭଦ୍ରକ ଏସ୍‌ପି ଚରଣ ସିଂହ ମୀନା ଓ ଆଇଜି (ପୂର୍ବାଞ୍ଚଳ) ହିମାଂଶୁ ଲାଲ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri