ଉତ୍ତମ ସ୍ବାସ୍ଥ୍ୟ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୯।୫: ଦେଶର ପ୍ରମୁଖ ଘରୋଇ ଶିଳ୍ପ ସଂସ୍ଥା ଆର୍ସେଲରମିତ୍ତଲ ନିପ୍ପନ ଷ୍ଟିଲ୍‌ (ଏଏମ୍‌ଏନ୍‌ଏସ୍‌) ଇଣ୍ଡିଆ ପକ୍ଷରୁ ନିଃଶୁଳ୍କ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବାର ଶୁଭାରମ୍ଭ କରାଯାଇଛି। ବିଶେଷ କରି କମ୍ପାନୀର ଓଡ଼ିଶା ୟୁନିଟ ପାରାଦୀପ, କୋଇଡା ଓ ବଡବିଲ ଭଳି କ୍ଷେତ୍ର ସମେତ ସମ୍ପୃକ୍ତ ଜିଲାର ୭ରୁ ଅଧିକ ଗ୍ରାମପଞ୍ଚାୟତରେ ବସବାସ କରୁଥିବା ୧ ଲକ୍ଷରୁ ଅଧିକ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇଛି। ଫଳରେ ଏଏମଏନ୍‌ଏସ୍‌ ଇଣ୍ଡିଆର ଭ୍ରାମ୍ୟମାଣ ମେଡିକାଲ ୟୁନିଟ୍‌ ଦ୍ୱାରା ୩ ଜିଲାର ଲୋକମାନେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ସ୍ବାସ୍ଥ୍ୟସେବା ଓ ଆବଶ୍ୟକ ଚିକିତ୍ସା ଏବଂ ପରାମର୍ଶ ପାଇଁ ବେଶ ଉପକୃତ ହେଉଛନ୍ତି। ଅପରପକ୍ଷରେ ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ସିଏସିଆର୍‌ ଟିମ୍‌ ଏବଂ ଭ୍ରାମ୍ୟମାଣ ମେଡିକାଲ ୟୁନିଟ୍‌ ନିୟମିତ ଭାବେ କମ୍ପାନୀର କାର୍ଯ୍ୟକ୍ଷେତ୍ର ନିକଟସ୍ଥ ଗ୍ରାମଗୁଡିକୁ ଯାଇ ମାଗଣା ଚିକିତ୍ସା, ଡାକ୍ତରୀ ପରାମର୍ଶ, ପାଥୋଲୋଜିକାଲ୍‌ ଟେଷ୍ଟ୍‌ ଏବଂ ରୋଗୀଙ୍କୁ ମାଗଣା ଔଷଧ ମଧ୍ୟ ପ୍ରଦାନ କରୁଛନ୍ତି। ବିଶେଷ କରି ଅଭିଜ୍ଞ ଡାକ୍ତର, ଫାର୍ମାସିଷ୍ଟ ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ଗଠିତ ଉକ୍ତ ମେଡିକାଲ ୟୁନିଟ୍‌ ସପ୍ତାହର ନିର୍ଦ୍ଦିଷ୍ଟ ଦିନଗୁଡିକରେ କମ୍ପାନୀର କାର୍ଯ୍ୟକ୍ଷେତ୍ର ନିକଟବର୍ତ୍ତୀ ଗ୍ରାମଗୁଡିକ ପରିଦର୍ଶନ କରିଥାନ୍ତି। ଏପରିକି ଡାକ୍ତର ଓ ଫାର୍ମାସିଷ୍ଟ ଗୁରୁତର ଥିବା ରୋଗୀଙ୍କ ଘରକୁ ଯାଇ ମଧ୍ୟ ଚିକିସତ୍ା ପ୍ରଦାନ କରୁଛନ୍ତି। ଉଲ୍ଲେଖଯୋଗ୍ୟ, ଉତ୍ତମ ଅଭ୍ୟାସ ଗ୍ରହଣ କରିବା ଓ ସୁସ୍ଥ ଜୀବନ ଯାପନ କରିବା ପାଇଁ ସମାଜର ଲୋକମାନଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ କମ୍ପାନୀ ପକ୍ଷରୁ ବିଭିିନ୍ନ ସମୟରେ ସ୍ବାସ୍ଥ୍ୟ ଏବଂ ସ୍ବଚ୍ଛତା ପ୍ରସଙ୍ଗରେ ଶିବିରମାନ ମଧ୍ୟ ଆୟୋଜନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri