ସରକାରୀ ସ୍କୁଲରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧିକୁ ଗୁରୁତ୍ୱ

ଭୁବନେଶ୍ୱର,୨୬।୬(ଅସମାପିକା ସାହୁ): ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବା ପାଇଁ ଅଧିକାରୀମାନେ ‘ଟିମ୍‌ୱର୍କ’ କରିବାକୁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନର କନ୍‌ଭେନ୍‌ଶନ ହଲ୍‌ରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା ନେଇ ପୌର ଅଧିକାରୀମାନଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଏହା କହିଛନ୍ତି। ମନ୍ତ୍ରୀ ପୌରସଂସ୍ଥାରେ ବ୍ୟାପକ ପରିମାଣରେ ବୃକ୍ଷରୋପଣ କରିବା ସହିତ ସ୍ବଚ୍ଛ ଭାରତ ଅଭିଯାନର ଆଭିମୁଖ୍ୟ ଅନୁଯାୟୀ ରାସ୍ତାଘାଟକୁ ପରିଷ୍କାର ପରିଚ୍ଛନ୍ନ ରଖିବା ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ସେହିଭଳି ସହରାଞ୍ଚଳ ବିଶେଷକରି ଚିକିତ୍ସାଳୟରୁ ବାହାରୁଥିବା ବର୍ଜ୍ୟଗୁଡ଼ିକ ଜଳଉତ୍ସକୁ ଦୂଷିତ କରୁଥିବାରୁ ଏଦିଗରେ ପଦକ୍ଷେପ ଗ୍ରହଣ ପାଇଁ କହିଛନ୍ତି। ବିଭାଗୀୟ ଅଧିକାରୀମାନେ କାର୍ଯ୍ୟାଳୟରେ ବସି ନ ରହି କ୍ଷେତ୍ର ଗସ୍ତରେ ଯିବାକୁ ମନ୍ତ୍ରୀ ପରାମର୍ଶ ଦେବା ସହିତ ପ୍ରତ୍ୟେକ ଦିନ ଅତିକମ୍‌ରେ ତିନି ଚାରି ଘଣ୍ଟା ୱାର୍ଡ ପରିଦର୍ଶନ ପାଇଁ କହିଛନ୍ତି।
ସେହିଭଳି ସହରାଞ୍ଚଳରେ ହେଉଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ରକ୍ଷଣାବେକ୍ଷଣ ସମ୍ପୃକ୍ତ ନିର୍ମାଣକାରୀ ସଂସ୍ଥା ଓ ଠିକାଦାରମାନେ କରିବା ଉପରେ ମନ୍ତ୍ରୀ ଜୋର ଦେଇଛନ୍ତି। ଏମାନେ ଅତିକମ୍‌ରେ ତିନି ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ କରିବେ। ଯଦି ଏଥିରେ କେହି ଖିଲାପ କରନ୍ତି, ତେବେ ସେମାନଙ୍କ ବିରୋଧରେ ଫୌଜଦାରି ମୋକଦ୍ଦମା ରୁଜୁ କରାଯିବ ବୋଲି ମନ୍ତ୍ରୀ ଚେତାଇ ଦେଇଛନ୍ତି। ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟଶାସନ ସଚିବ ଜି. ମାଥିଭାଥନନ ରାଜ୍ୟରେ ସହରାଞ୍ଚଳ ବିକାଶ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ନୂତନ ସରକାର ସହରୀ ବିକାଶ ନିମନ୍ତେ ଯେଉଁ କାର୍ଯ୍ୟକ୍ରମ ସ୍ଥିର କରିବେ, ସେଥିପାଇଁ ‘ଟିମ୍‌ ଅର୍ବାନ’ ପ୍ରସ୍ତୁତ ଥିବା ସେ କହିଥିଲେ। କୌଣସି ସହରରେ ନୂଆ ବର୍ଜ୍ୟ ଜମା କରିବାକୁ ଅନୁମତି ଦିଆଯିବ ନାହିଁ। ପ୍ରତ୍ୟେକ ସହର ବର୍ଜ୍ୟମୁକ୍ତ ହେବା ପାଇଁ ଉଦ୍ୟମ କରାଯିବ। ବର୍ଷାଋତୁରେ ଡ୍ରେନ୍‌ରେ ଦୁର୍ଘଟଣା ପ୍ରତି ସତର୍କ ରହିବାକୁ କୁହାଯାଇଛି। ଯେଉଁଠାରେ ସ୍ଲାବ ପକାଯାଇ ପାରୁନାହିଁ ସେ ସବୁ ସ୍ଥାନରେ ବାଡ଼ ବୁଲାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗ ତରଫରୁ ପ୍ରତ୍ୟେକ ପୌରସଂସ୍ଥାକୁ ମାର୍ଗଦର୍ଶିକା ପଠାଯାଇଛି। ଯଦି କୌଣସି ସ୍ଥାନରେ ଦୁର୍ଘଟଣା ଘଟେ, ତେବେ ସେହି ସ୍ଥାନ ଦାୟିତ୍ୱରେ ଥିବା ଯନ୍ତ୍ରୀମାନଙ୍କୁ ଦାୟୀ କରାଯିବ ବୋଲି ସେ ସତର୍କ କରାଇ ଦେଇଛନ୍ତି। ଏହି ପ୍ରଶିକ୍ଷଣ କର୍ମଶାଳାରେ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ, ପୌର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ, ସୁଡାର ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ସାରଦା ପ୍ରସାଦ ପଣ୍ଡା ପ୍ରମୁଖ ବରିଷ୍ଠ ପଦାଧିକାରୀ କର୍ମଶାଳାରେ ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?