Posted inଫୁରସତ

ସୃଜନଶୀଳତାର ପରିପ୍ରକାଶରେ ଭାଷାର ଗୁରୁତ୍ୱ

ସଭ୍ୟତାର ଆରମ୍ଭରେ ମଣିଷ ନିଜ ମନର ଆବେଗ ତଥା ସୃଜନଶୀଳତାର ପରିପ୍ରକାଶରେ ଅଙ୍ଗଭଙ୍ଗୀର ବ୍ୟବହାର କରିଥିଲା। ଏହା ମାଧ୍ୟମରେ ମନର ଭାବାବେଗ ପ୍ରକାଶ କରିବା କଷ୍ଟକର ଥିଲା। ପରବର୍ତ୍ତୀ ସମୟରେ ଧୀରେ ଧୀରେ ଶବ୍ଦ ଏବଂ ଏହା ପରେ ଭାଷାର ସୃଷ୍ଟି ମଣିଷର କ୍ରମ ବିକାଶ ସହିତ ସମ୍ପନ୍ନ ହୋଇଥିଲା।
ସଭ୍ୟତାର ବିକାଶ ସହିତ ସମାଜରରେ ଭାଷା ଏକ ଗୁରୁତ୍ୱପୂର୍ଣ୍ଣ ମାଧ୍ୟମ ପାଲଟିଥିଲା। ଅଧିକ ସଂଖ୍ୟକ ଲୋକ ବୁଝି ପାରୁଥିବା ଭାଷା ଦ୍ୱାରା ଏବେ ସରକାର ବିଭିନ୍ନ ନୀତି ପ୍ରଣୟନ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଯାହାଦ୍ୱାରା ଅଧିକ ଲୋକ ସରକାରଙ୍କ ଆଭିମୁଖ୍ୟ ସମ୍ପର୍କରେ ଅବଗତ ହୋଇପାରିବେ। ଭାରତରେ ରାଷ୍ଟ୍ରଭାଷା ଭାବେ ହିନ୍ଦୀକୁ ଗ୍ରହଣ କରାଯାଇଛି।

ହିନ୍ଦୀ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ୧୦ ଜାନୁୟାରୀରେ ବିଶ୍ୱ ହିନ୍ଦୀ ଦିବସ ପାଳନ କରାଯାଇଥାଏ। ଏହାର ଉଦ୍ଦେଶ୍ୟ ହେଉଛି ହିନ୍ଦୀକୁ ବିଶ୍ୱସ୍ତରରେ ପ୍ରୋତ୍ସାହିତ କରିବା ଏବଂ ଏହାକୁ ଏକ ଅନ୍ତର୍ଜାତୀୟ ଭାଷା ଭାବରେ ଉପସ୍ଥାପନ କରିବା ପାଇଁ ସଚେତନତା ସୃଷ୍ଟି କରିବା।
ବିଶ୍ୱରେ ହିନ୍ଦୀର ବିକାଶ ଏବଂ ପ୍ରସାର ଲକ୍ଷ୍ୟରେ ବିଶ୍ୱ ହିନ୍ଦୀ ସମ୍ମିଳନୀ ଆରମ୍ଭ ହୋଇଥିଲା ଏବଂ ୧୯୭୫ ଜାନୁୟାରୀ ୧୦ରେ ନାଗପୁରରେ ପ୍ରଥମ ବିଶ୍ୱ ହିନ୍ଦୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ତେଣୁ ଏହି ଦିନଟିକୁ ସ୍ମରଣ କରି ପ୍ରତିବର୍ଷ ଜାନୁୟାରୀ ୧୦ରେ ‘ବିଶ୍ୱ ହିନ୍ଦୀ ଦିବସ’ ଭାବରେ ପାଳନ କରାଯାଇଥାଏ।

୧୪ ସେପ୍ଟେମ୍ବର ୧୯୪୯ରେ ଭାରତ ସରକାରଙ୍କ ପକ୍ଷରୁ ହିନ୍ଦୀକୁ ସରକାରୀ ଭାଷା ଭାବରେ ଘୋଷଣା କରାଯାଇଥିଲା। ଏହା ପରେ, ୧୯୫୩ରେ ରାଷ୍ଟ୍ର ଭାଷା ପ୍ରସାର ସମିତିର ସୁପାରିସ କ୍ରମେ ଏହି ଦିନକୁ ହିନ୍ଦୀ ଦିବସ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୦ ଜାନୁୟାରୀ ୨୦୦୬ରେ ପ୍ରତିବର୍ଷ ବିଶ୍ୱ ହିନ୍ଦୀ ଦିବସ ପାଳନ କରିବାକୁ ଘୋଷଣା କରିଥିଲେ। ଭାରତୀୟ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ୧୦ ଜାନୁୟାରୀ ୨୦୦୬ରେ ପ୍ରଥମ ଥର ପାଇଁ ବିଶ୍ୱ ହିନ୍ଦୀ ଦିବସ ପାଳନ କରାଯାଇଥିଲା। ସେବେଠାରୁ ଏହି ଦିବସଟି ପାଳିତ ହୋଇ ଆସୁଛି।
ବିଦେଶରେ ଥିବା ଭାରତୀୟ ଦୂତାବାସରେ ଏହି ଦିନକୁ ବିଶେଷ ଭାବେ ପାଳନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri