ଆଇନଗତ ବିଦ୍ୟୁତ୍‌ ସଂଯୋଗକୁ ଗୁରୁତ୍ୱ

ଭୁବନେଶ୍ୱର,୧୩।୧୦:ପ୍ରତିବର୍ଷ ଭଳି ଚଳିତ ବର୍ଷ ପାର୍ବଣ ସମୟରେ ଆଇନଗତ ବିଦ୍ୟୁତ୍‌ ସଂଯୋଗକୁ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଚଳିତ ପାର୍ବଣ ଏବଂ ଆଗାମୀ ଦଶହରା ସମୟରେ ସୁରକ୍ଷିତ ଓ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ଲାଗି ଟିପିସିଓଡିଏ୍‌ଲ ପକ୍ଷରୁ ଲକ୍ଷ୍ୟ ରଖାଯାଇଛି। ଏପରିକି ସୁରକ୍ଷା ପ୍ରତି ରହିଥିବା ପ୍ରତିବଦ୍ଧତା ବଜାୟ ରଖି ଅସ୍ଥାୟୀ ଢାଞ୍ଚା ଓ ପେଣ୍ଡାଲଗୁଡ଼ିକ ପାଇଁ ଟିପିସିଓଡିଏଲ୍‌ ପକ୍ଷରୁ ଆବଶ୍ୟକ ପଦକ୍ଷେପ କାର୍ଯ୍ୟକାରୀ କରାଯାଇଥିବା ବେଳେ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ଗାଇଡ୍‌ଲାଇନ୍‌ ମଧ୍ୟ ଜାରି କରାଯାଇଛି। ଏକ ସୁରକ୍ଷିତ ଓ ଭରସାଯୋଗ୍ୟ ଉତ୍ସବ ପାଳନକୁ ସୁନିଶ୍ଚିତ କରିବା ଲାଗି ସ୍ବୀକୃତିପ୍ରାପ୍ତ ବିଦ୍ୟୁତ୍‌ ସଂଯୋଗ ଗ୍ରହଣ କରିବାକୁ ଟିପିସିଓଡିଏଲ୍‌ ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜକମାନଙ୍କୁ ଆହ୍ବାନ ଦିଆଯାଇଛି। ଟିପିସିଓଡିଏଲ୍‌ର ସତର୍କତା ଟିମ୍‌ ସମସ୍ତ ପେଣ୍ଡାଲର ବିଦ୍ୟୁତ୍‌ ବ୍ୟବସ୍ଥା ଉପରେ ନଜର ରଖିବା ସହ ଅଣ ସ୍ବୀକୃତିପ୍ରାପ୍ତସଂଯୋଗକୁ ରୋକିବେ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହ କହିଛନ୍ତି, ସୁରକ୍ଷା ପ୍ରତି ଆମ ଦୃଢ଼ ପ୍ରତିବଦ୍ଧତା ଥିଲାବେଳେ ସମସ୍ତଙ୍କ ପାଇଁ କମ୍ପାନୀ ଏକ ଅତ୍ୟନ୍ତ ଉଲ୍ଲାସପୂର୍ଣ୍ଣ ଓ ସୁରକ୍ଷିତ ଦଶହରାର ଗ୍ୟାରେଣ୍ଟି ପ୍ରଦାନ କରୁଛି। ସ୍ବୀକୃତିପ୍ରାପ୍ତ ବିଦ୍ୟୁତ୍‌ ସଂଯୋଗ ହାସଲ କରିବା ଏବଂ ସୁରକ୍ଷା ନୀତି ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବା ଲାଗି ଆମେ ଜନସାଧାରଣଙ୍କୁ ଆହ୍ବାନ ଦେଉଛୁ। ଏପରିକି ସମସ୍ତଙ୍କ ପାଇଁ ଉତ୍ସବକୁ ଏକ ସୁରକ୍ଷିତ ଓ ଉଲ୍ଲାସପୂର୍ଣ୍ଣରେ ପରିଣତ କରିବାକୁ ଟିପିସିଓଡିଏଲ୍‌ ପ୍ରତିବଦ୍ଧ ରହିଛି ଏବଂ ସମସ୍ତଙ୍କୁ ଏକ ଉଲ୍ଲାସପୂର୍ଣ୍ଣ ଓ ସୁରକ୍ଷିତ ଉତ୍ସବ ପାଳନର ଶୁଭକାମନା ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Dharitri Business Eminence Award 2026: ଶିକ୍ଷା ବ୍ୟବସାୟ ନୁହେଁ, ଭବିଷ୍ୟତ ଗଢ଼ିବାର ମାଧ୍ୟମ

ଶିକ୍ଷା ଶିଳ୍ପରେ ଜଣେ ଆଗଧାଡ଼ିର ଉଦ୍ୟୋଗୀ ଭାବେ ସୋମଦତ୍ତ ବେହୁରା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଭୁବନେଶ୍ୱରସ୍ଥିତ କେ.ଟି. ଗ୍ଲୋବାଲ୍‌ ସ୍କୁଲର ପ୍ରତିଷ୍ଠାତା ସୋମଦତ୍ତ ବେହୁରା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri